ଏୟାର ଇଣ୍ଡିଆକୁ ପାଇଲଟଙ୍କ ଚେତାବନୀ;ବକେୟା ଦିଅ ନଚେତ୍‌ ଏନ୍‌ସିଏଲ୍‌ଟିକୁ ଯିବୁ

ନୂଆଦିଲ୍ଲୀ,୩୦-୬: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ପୁନର୍ବାର ବିକ୍ରି କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଆସନ୍ତା ମାସରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଅନ୍ୟପକ୍ଷରେ ପାଇଲଟମାନଙ୍କ ମଧ୍ୟରୁ କମ୍ପାନୀକୁ ଚେତାବନୀ ଦିଆଯାଇଛି। ବିକ୍ରି ପୂର୍ବରୁ ସେମାନଙ୍କ ବକେୟା ଦରମା, ଭତ୍ତା ଆଦି ବାବଦରେ ପ୍ରାୟ ୧ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବାକୁ ସେମାନେ ଦାବି କରିଛନ୍ତି। ବକେୟା ବାବଦ ଅର୍ଥ ନ ପାଇଲେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ଙ୍କ ନିକଟରେ ସେମାନେ ଅଭିଯୋଗ କରିବେ ବୋଲି ଚେତାବନୀରେ ଉଲ୍ଲେଖ କରିଛନ୍ତି। ଅଦାଲତକୁ ଗଲେ ଏୟାର ଇଣ୍ଡିଆର ବିକ୍ରି ପ୍ରକ୍ରିୟା ବାଧାପ୍ରାପ୍ତ ହେବ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି। ଏୟାର ଇଣ୍ଡିଆ ଏକ୍‌ଜିକ୍ୟୁଟିଭ ପାଇଲଟ୍ସ ଆସୋସିଏଶନ ପକ୍ଷରୁ କମ୍ପାନୀ ଅଧ୍ୟକ୍ଷଙ୍କ ନିକଟକୁ ଲେଖାଯାଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ସେମାନଙ୍କ ଆକଳନ ଅନୁଯାୟୀ ୧୯୯୭ରୁ ୨୦୦୬ ପର୍ଯ୍ୟନ୍ତ ଦରମା ସଂଶୋଧନ ଓ ଭତ୍ତା ଆଦି ବକେୟା ରହିଛି। ଯାହା କି ୨୦୦୭ରୁ କାର୍ଯ୍ୟକାରୀ ହେବା କଥା। ସେହିପରି ୨୦୧୨ ଅଗଷ୍ଟରୁ ପାଇଲଟଙ୍କ ୨୫% ଦରମା ଅଟକାଇ ରଖାଯାଇଛି। ଫଳରେ ସବୁକିଛି ମିଶାଇଲେ ଜଣେ ଜଣେ ପାଇଲଟ ବକେୟା ବାବଦରେ ପ୍ରାୟ ହାରାହାରି ୧ କୋଟି ଟଙ୍କା ପାଇବେ। ଏହାକୁ ହିସାବକୁ ନେଲେ କମ୍ପାନୀ ଉପରେ ଏବେ ପ୍ରାୟ ୧୨୦୦ କୋଟି ଟଙ୍କାର ବକେୟା ଦରମା ରହିଛି। ବାର୍ଷିକ ୧୫% ସୁଧ ହାର ସହ ବକେୟା ପ୍ରାପ୍ୟ ତୁରନ୍ତ ପ୍ରଦାନ କରିବାକୁ ସେମାନେ ମ୍ୟାନେଜମେଣ୍ଟକୁ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri