Posted inରାଜ୍ୟ

ଏୟାର ଇଣ୍ଡିଆ ବିମାନରେ ନିଅଁ।

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଅପରାହ୍ନ ୫.୦୭ ମିନିଟରେ ଏଆଇସି ଏୟାର ଇଣ୍ଡିଆ ବିମାନ ଏ ୩୨୧ ମୁମ୍ବାଇ ଅଭିମୁଖେ ଉଡ଼ାଣ କରୁଥିଲା। ଅପରାହ୍ନ ୫.୨୦ରେ ବିଶ୍ୱଜିତ୍‌ ବେହେରା ନାମକ ଯାତ୍ରୀ ଓ୍ବାଶ୍‌ରୁମ୍‌ ଯିବାବେଳେ ବିମାନର ବାମପଟେ ନାଲି ରଙ୍ଗ ବ୍ଲିଙ୍କ୍‌ କରୁଥିବା ଦେଖିଥିଲେ। ଏହି ଖବର ସେ କର୍ମଚାରୀଙ୍କୁ ଦେବା ପରେ ଇଞ୍ଜିନରେ ନିଅଁ। ଲାଗିଥିବା ଜଣାପଡ଼ିଥିଲା। ସଙ୍ଗେସଙ୍ଗେ ବିମାନକୁ ରାୟପୁର ଏୟାରପୋର୍ଟରେ ଜରୁରୀ ଅବତରଣ କରାଯିବା ସହ ଯାତ୍ରୀମାନଙ୍କୁ ବାହାରକୁ ଅଣାଯାଇଥିଲା। ବିମାନରେ ଅଧିକାଂଶ ଯାତ୍ରୀ ଓଡ଼ିଆ ଥିଲେ ବୋଲି ଜଣାପଡ଼ିଛି। ନିଅଁ। ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପକ୍ଷୀ ଆଘାତ କିମ୍ବା ଇନ୍ଧନ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି, ବିମାନ ବାମପଟ ଇଞ୍ଜିନରେ ନିଅଁ। ଲାଗିଯିବାରୁ ସନ୍ଧ୍ୟା ୫.୫୭ରେ ରାୟପୁର ଏୟାରପୋର୍ଟରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। ସେଥିରେ ଯାତ୍ରା କରୁଥିବା ସମସ୍ତ ୮୯ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri