Categories: ରାଜ୍ୟ

ଏୟାର ଇଣ୍ଡିଆ ବିମାନରେ ନିଅଁ।

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଅପରାହ୍ନ ୫.୦୭ ମିନିଟରେ ଏଆଇସି ଏୟାର ଇଣ୍ଡିଆ ବିମାନ ଏ ୩୨୧ ମୁମ୍ବାଇ ଅଭିମୁଖେ ଉଡ଼ାଣ କରୁଥିଲା। ଅପରାହ୍ନ ୫.୨୦ରେ ବିଶ୍ୱଜିତ୍‌ ବେହେରା ନାମକ ଯାତ୍ରୀ ଓ୍ବାଶ୍‌ରୁମ୍‌ ଯିବାବେଳେ ବିମାନର ବାମପଟେ ନାଲି ରଙ୍ଗ ବ୍ଲିଙ୍କ୍‌ କରୁଥିବା ଦେଖିଥିଲେ। ଏହି ଖବର ସେ କର୍ମଚାରୀଙ୍କୁ ଦେବା ପରେ ଇଞ୍ଜିନରେ ନିଅଁ। ଲାଗିଥିବା ଜଣାପଡ଼ିଥିଲା। ସଙ୍ଗେସଙ୍ଗେ ବିମାନକୁ ରାୟପୁର ଏୟାରପୋର୍ଟରେ ଜରୁରୀ ଅବତରଣ କରାଯିବା ସହ ଯାତ୍ରୀମାନଙ୍କୁ ବାହାରକୁ ଅଣାଯାଇଥିଲା। ବିମାନରେ ଅଧିକାଂଶ ଯାତ୍ରୀ ଓଡ଼ିଆ ଥିଲେ ବୋଲି ଜଣାପଡ଼ିଛି। ନିଅଁ। ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପକ୍ଷୀ ଆଘାତ କିମ୍ବା ଇନ୍ଧନ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି, ବିମାନ ବାମପଟ ଇଞ୍ଜିନରେ ନିଅଁ। ଲାଗିଯିବାରୁ ସନ୍ଧ୍ୟା ୫.୫୭ରେ ରାୟପୁର ଏୟାରପୋର୍ଟରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। ସେଥିରେ ଯାତ୍ରା କରୁଥିବା ସମସ୍ତ ୮୯ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି।