ଏୟାର ଇଣ୍ଡିଆ ବିମାନରେ ନିଆଁ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଶୁକ୍ରବାର ଅପରାହ୍ନ ୫.୦୭ରେ ଏଆଇସି ଏୟାର ଇଣ୍ଡିଆ ବିମାନ ଏ ୩୨୧ ମୁମ୍ବାଇ ଅଭିମୁଖେ ଉଡ଼ାଣ କରୁଥିଲା। ଅପରାହ୍ନ ୫.୨୦ରେ ବିଶ୍ୱଜିତ୍‌ ବେହେରା ନାମକ ଯାତ୍ରୀ ଓ୍ବାଶ୍‌ରୁମ୍‌ ଯିବାବେଳେ ବିମାନର ବାମପଟେ ନାଲି ରଙ୍ଗ ବ୍ଲିଙ୍କ୍‌ କରୁଥିବା ଦେଖିଥିଲେ। ଏହି ଖବର ସେ କର୍ମଚାରୀଙ୍କୁ ଦେବା ପରେ ଇଞ୍ଜିନରେ ନିଆଁ ଲାଗିଥିବା ଜଣାପଡ଼ିଥିଲା। କର୍ମଚାରୀ ଓ ବିମାନ ପାଇଲଟ୍‌ ନିଆଁ ଲାଗିଥିବା ଜାଣିବା ପରେ ପ୍ରଥମେ ଯାତ୍ରୀମାନଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଥିଲେ। ତେବେ ବିମାନକୁ କିପରି ସୁରକ୍ଷିତ ଭାବେ କେଉଁଠି ଓ କିପରି ଅବତରଣ କରାଯିବ ସେସବୁ ପାଇଲଟ୍‌ଙ୍କ ହାତରେ ଥିଲା। ଏ ନେଇ ସେ ସଙ୍ଗେ ସଙ୍ଗେ ନିକଟସ୍ଥ ରାୟପୁର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଥିଲେ। ପ୍ରାୟ ୩୫ମିନିଟ୍‌ ଆକାଶମାର୍ଗରେ ବିମାନଟି ଉଡ଼ାଣ କରିବା ପରେ ପାଇଲଟ୍‌ ସତର୍କତାର ସହ ବିମାନକୁ ରାୟପୁରରେ ଅବତରଣ କରାଇଥିଲେ। ପୂର୍ବରୁ ରାୟପୁର ବିମାନବନ୍ଦରରେ ଆମ୍ବୁଲାନ୍ସ, ଅଗ୍ନିଶମ ଗାଡ଼ି ସବୁ ପ୍ରସ୍ତୁତ ରହିଥିଲା। ବିମାନ ଅବତରଣ କରିବା ମାତ୍ରେ ଜରୁରିକାଳୀନ ଦ୍ୱାର ଦେଇ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା। ପରେ ଏୟାର ଇଣ୍ଡିଆର ଆଉ ଏକ ବିମାନ ରାତି ସାଢ଼େ ୧୦ଟାରେ ଯାତ୍ରୀମାନଙ୍କୁ ନେଇ ମୁମ୍ବାଇ ଅଭିମୁଖେ ଯାତ୍ରା କରିଥିଲା। ଅନ୍ୟପକ୍ଷରେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପକ୍ଷୀ ଆଘାତ କିମ୍ବା ଇନ୍ଧନ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ପର୍ଯ୍ୟାୟରୁ ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି, ବିମାନ ବାମପଟ ଇଞ୍ଜିନରେ ନିଅଁା ଲାଗିଯିବାରୁ ସନ୍ଧ୍ୟା ୫.୫୭ରେ ରାୟପୁର ବିମାନବନ୍ଦରରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। ସେଥିରେ ଯାତ୍ରା କରୁଥିବା ସମସ୍ତ ୮୯ଜଣ ଯାତ୍ରୀ ସୁରକ୍ଷିତ ଥିବା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ବିମାନରେ ଅଧିକାଂଶ ଯାତ୍ରୀ ଓଡ଼ିଆ ଥିଲେ। ଏହି ବିମାନରେ ଓଡ଼ିଆ ଅଭିନେତା ଦେବାଶିଷ ପାତ୍ର, ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ ଯାତ୍ରା କରୁଥିଲେ। ମନ୍ତ୍ରୀ କହିଛନ୍ତି, ଉଡ଼ାଣର କିଛି ସମୟ ପରେ ନିଆଁ ଲାଗିଥିଲା। ନିଆଁ ଲାଗିବା ଜାଣିବା ପରେ ସମସ୍ତ ଯାତ୍ରୀ ଆତଙ୍କିତ ହୋଇପଡ଼ିଥିଲେ। ତେବେ ପାଇଲଟ୍‌ ସୁରକ୍ଷିତ ଭାବେ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଥିଲେ। ରାୟପୁର ବିମାନବନ୍ଦର କର୍ତ୍ତୃପକ୍ଷ ସମସ୍ତ ଯାତ୍ରୀଙ୍କ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିଥିଲେ। ସେହିପରି ଦେବାଶିଷ କହିଛନ୍ତି, ଆମେ ସମସ୍ତେ ଖୁବ୍‌ ଡରିଯାଇଥିଲୁ। ବିମାନ କର୍ମଚାରୀମାନେ ଆମମାନଙ୍କୁ ଧୈର୍ଯ୍ୟ ରଖିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri