ଏୟୁସିସିବି ଏଟିଏମ୍‌ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍‌: ଉଦ୍‌ଘାଟନ ପରଠାରୁ ଅଚଳ

ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍‌ ଉଦ୍‌ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଟଙ୍କା ଉଠାଣ ସୁବିଧା ପାଇଁ ଗତ ଜୁଲାଇରେ ଉକ୍ତ ଏଟିଏମ୍‌ ଲୋକାର୍ପିତ କାଉଣ୍ଟର ହୋଇଥିଲା। ଉଦ୍‌ଘାଟନ ପରେ ଟଙ୍କା ଉଠାଣ ସ୍ବାଭାବିକ ଭାବେ ଚାଲିଥିଲା। ହେଲେ ଏହାର ଗୋଟିଏ ଦିନ ପରେ ଟଙ୍କା ଭର୍ତ୍ତି କରା ନ ଯିବାରୁ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ଏ ନେଇ ଅଭିଯୋଗ ସତ୍ତ୍ୱେ ବ୍ୟାଙ୍କ କର୍ତ୍ତୃପକ୍ଷ ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଟିଏମ୍‌ରେ ତାଲା ଝୁଲୁଥିବାରୁ ଏହାର ସମ୍ମୁଖରେ ବ୍ୟାଙ୍କ କର୍ମଚାରୀମାନେ ବାଇକ୍‌ ପାର୍କିଂ କରୁଛନ୍ତି। ଅନ୍ୟପଟେ ଦୀର୍ଘ ମାସେ ହେଲା ଉକ୍ତ ଏଟିଏମ୍‌ ଅଚଳ ହୋଇପଡ଼ିଥିବାବେଳେ ଏହାକୁ ମରାମତି କରାଯାଉନାହିଁ। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାକୁ ତୁରନ୍ତ ମରାମତି କରିବାକୁ ଦାବି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।
ଏ ନେଇ ଏୟୁସିସିବି ଶାଖା ପରିଚାଳକ ବସନ୍ତ କୁମାର ପ୍ରଧାନ କୁହନ୍ତି, ଏଟିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଟଙ୍କା ଭର୍ତ୍ତି କଲେ କେତେବେଳେ ଉଠୁଛି, ତ ଆଉ କେତେବେଳେ ଉଠୁନାହିଁ। ଫଳରେ ବାଧ୍ୟ ହୋଇ ଏହାକୁ ବନ୍ଦ ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri