ଏ ମନ ଖୋଜୁଥାଏ ଯାହା..

କଥାରେ ଅଛି-ଏ ମନ ଖୋଜୁଥାଏ ଯାହା, କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା କେମିତି ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ଚାଲିଛନ୍ତି। ୟା ଭିତରେ ସେ ବେଶ୍‌ କେତୋଟି ଚଳଚ୍ଚିତ୍ରରେ ଅଭିନୟ କରିସାରିଲେଣି। ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଭାଇନା କ’ଣ କଲା ସେ’ରେ ସଂଯୋଜିତ ‘ଚାଲ କରିବା ଠିଆପାଲା’ ଗୀତଟି ତାଙ୍କୁ ଦର୍ଶକଙ୍କ ନିକଟରେ ଆହୁରି ପରିଚିତ କରାଇପାରିଥିଲା। ଏ ସମ୍ପର୍କରେ ତମନ୍ନା କହନ୍ତି, ‘ମୋ ରିଲ୍‌ ଲାଇଫରେ ଏକ ଖୁସି ଖବର ରହିଛି। ରିଲିଜ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ସୁପରବୟ’ରେ ମୋତେ ମିଳିଛି ମନଲାଖି ଭୂମିକା। ଏଥିରେ ମୋ ଭୂମିକାଟି ହେଲା ତାନିୟା। ସେ ଜଣେ ସୁଇଟ୍‌ ଆଉ ଇନୋସେଣ୍ଟ ଗର୍ଲ। ନିଜ ମନର ମଣିଷକୁ ଖୋଜୁ ଖୋଜୁ ସେ ପ୍ରେମ୍‌ ନାମକ ଜଣେ ଯୁବକ ସଂସ୍ପର୍ଶରେ ଆସିଛି ଯିଏ ସୁପର ପାଓ୍ବାରର ଅଧିକାରୀ। ହେଲେ ସେହି ପାଓ୍ବାରଟି କ’ଣ ତାହା ସିନେମା ଦେଖିଲେ ହିଁ ଜାଣିପାରିବେ। ଏହି ଫିଲ୍ମରେ ମୋତେ ମିଳିଥିବା ଭୂମିକାରେ ଏପରି ମସଲା ରହିଛି ଯାହା ଦର୍ଶକଙ୍କୁ ଫୁଲ୍‌ ଏଣ୍ଟରଟେମେଣ୍ଟ କରିବ ବୋଲି କହନ୍ତି ତମନ୍ନା।’ ‘ସୁପରବୟ’ର ଟାଇଟଲ ଭୂମିକାରେ ଅଛନ୍ତି ଜ୍ୟୋତି ନାୟକ। ଖାସ୍‌ କଥା ହେଲା ଏହି ଫିଲ୍ମରେ ଶୁଭାଶିଷ ଶର୍ମା (ମଣ୍ଟୁ) ନେଗେଟିଭ ରୋଲ୍‌ରେ ଅଭିନୟ କରୁଛନ୍ତି। ଅପରପକ୍ଷରେ ଏହି ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ସେ ଦେଉଛନ୍ତି। ଚଳଚ୍ଚିତ୍ରର ସଂଳାପ ଲେଖିଛନ୍ତି ଡ. ଦୀପକ ଜେନା। ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ବୈଦ୍ୟନାଥ ଦାଶ। ସାଇ ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହାର ପ୍ରଯୋଜନା କରିଛନ୍ତି ଦକ୍ଷିଣ ଭାରତୀୟ ପ୍ରଯୋଜକ କେ. ଆନୀଷ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri