ଐତିହାସିକ ରଞ୍ଜାଗୋଳ ରଜ: ଜମୁଛି ଭିଡ଼, ବଢୁଛି ଉତ୍ସାହ

ସାତମାଇଲ, ୧୬।୬(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରଞ୍ଜାଗୋଳ ଗ୍ରାମରେ ଆରମ୍ଭ ହୋଇଛି ଐତିହାସିକ ରଜ ମହୋତ୍ସବ ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ୨୦୦ବର୍ଷ ପୁରୁଣା ଏହି ରଜ ଉତ୍ସବ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ ସମଗମ ହେଉଛି। ଶ୍ରଦ୍ଧାଳୁମାନେ ଧୁନି ମନ୍ଦିର ଦର୍ଶନ କରିବା ସହ ମିନାବଜାରରେ ବୁଲି ମଜା ନେଉଛନ୍ତି।
ରଞ୍ଜାଗୋଳ ରଜ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ଏଠାରେ ପରମ୍ପରା ଅନୁଯାୟୀ ପାଳିତ ହୋଇଥାଏ ଓଡ଼ିଆଙ୍କ ଗଣପର୍ବ ରଜ। ଏଥିପାଇଁ ଗ୍ରାମର ଘରେ ଘରେ ବନ୍ଧୁବାନ୍ଧବଙ୍କ ଭିଡ଼ ଲାଗି ରହିଛି। ରଜଦୋଳି ଗୀତ, ପିଠାପଣା, ପୋଡ଼ପିଠା, ରଜପାନରେ ମହକି ଉଠିଛି ଗ୍ରାମ୍ୟ ପରିବେଶ। ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ମେଳା ଜମୁଛି। ଏଠାକାର ପ୍ରସିଦ୍ଧ ଧୁନି ମନ୍ଦିର, ଅଷ୍ଟଶମ୍ଭୁ ମନ୍ଦିର, ମାତା ବୃନ୍ଦାବତୀ ଏବଂ ତ୍ରିନାଥ ସ୍ବାମୀଙ୍କ ମନ୍ଦିର ଏବଂ ସେଠାରେ ଥିବା ବିରାଟକାୟ ବାମ୍ଫି ପରିଦର୍ଶନ କରିବା ସୁଯୋଗ ହାତଛଡ଼ା କରୁନାହାନ୍ତି ଦର୍ଶକ। ସେହିପରି ଯାତ୍ରା ପଡ଼ିଆରେ ରଜଦୋଳି, ମିନାବଜାର ସାଜିଛି ପ୍ରମୁଖ ଆକର୍ଷଣ। ବିଭିନ୍ନ ସ୍ଥାନରୁ ଆସିଥିବା ଶିଳ୍ପୀମାନେ ହସ୍ତକଳାର ପସରା ମେଲାଇଛନ୍ତି। ମନୋହରି ଦୋକାନ, ଫାଷ୍ଟଫୁଡ୍‌, ଫଳ ଦୋକାନରେ ଭଲ ବ୍ୟବସାୟ ହେଉଛି।
ପଞ୍ଚାୟତ ଦ୍ୱାରା ଏହି ଯାତ୍ରା ପରିଚାଳିତ ହେଉଥିବାବେଳେ ସରପଞ୍ଚ ସତ୍ୟବାଦୀ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଯାତ୍ରୀଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି। ଯାତ୍ରାକୁ ସରସ ସୁନ୍ଦର କରିବାକୁ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ଥଣ୍ଡା ପାନୀୟ ଜଳ, ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଲିମୀ ଥାନା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri