Posted inଜାତୀୟ

ଐତିହାସିକ ରାୟ ପ୍ରକାଶ: ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସ୍‌ଜିଦ୍‌ ମାମଲାର ଐତିହାସିକ ରାୟ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିଛନ୍ତି। ବିବାଦୀୟ ଜମି ରାମଲଲାଙ୍କର ବୋଲି କୋର୍ଟ ରାୟ ଦେଇଛନ୍ତି। ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ନୀ ଓ୍ବାକଫ୍‌ ବୋର୍ଡକୁ ଅଯୋଧ୍ୟାରେ ଅନ୍ୟ ସ୍ଥାନରେ ୫ ଏକର ଜମି ଦିଆଯିବା ପାଇଁ ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ପୂର୍ବରୁ ଆସ୍ଥା ଓ ବିଶ୍ୱାସ ଆଧାର ଉପରେ ଫଇସଲା ହୋଇପାରିବ ନାହିଁ ବୋଲି କୋର୍ଟ କହିଥିଲେ। ତେବେ ଆହ୍ଲାବାଦ୍‌ ହାଇକୋର୍ଟ ଜମିକୁ ତିନିଭାଗରେ ବଣ୍ଟନ କରିବା ରାୟ ଯୁକ୍ତିଯୁକ୍ତ ନ ଥିଲା। ଖାଲି ଜମି ଉପରେ ମସଜିଦ୍‌ ନିର୍ମାଣ ହୋଇ ନ ଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଥିଲେ। ଏଠାରେ ୧୨ଶତାବ୍ଦୀ ମନ୍ଦିରର ଭଗ୍ନାବଶେଷ ଥିବା ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ତଥ୍ୟ ମିଳିଥିବା ଅଦାଲତ ସୂଚିତ କରିଛନ୍ତି। ତେବେ ଏହାର ସମ୍ପୂର୍ଣ୍ଣ ପ୍ରମାଣ ମିଳି ନାହିଁ। ସୁପ୍ରିମ୍‌କୋର୍ଟ ନିର୍ମୋହୀ ଆଖଡ଼ା ଏବଂ ଶିହା ଓ୍ବାକଫ ବୋର୍ଡ ଆବେଦନକୁ ଖାରଜ କରି କେବଳ ରାମଲାଲଙ୍କୁ ମୁଖ୍ୟ ପକ୍ଷ ଭାବେ ଗ୍ରହଣ କରିଥିଲେ। ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ବିଚାରପତି ଏସ.ଏ. ବୋବ୍‌ଦେ, ବିଚାରପତି ଧନଞ୍ଜୟ ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ବିଚାରପତି ଏସ୍‌. ଅବଦୁଲ୍‌ ନଜିର୍‌ ୪୦ ଦିନ ଧରି ଏହି ମାମଲାର ଶୁଣାଣି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri