ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ତେବେ ଏହାକୁ ତ୍ୱରାନ୍ବିତ କରିବାରେ ଜିଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଜଣ ପ୍ରୋବେସନର(ଶିକ୍ଷାନବୀଶ) ଆଇଏଏସ୍‌ ଅଫିସରଙ୍କୁ ଶୁକ୍ରବାର ନିଯୁକ୍ତ କରିଛନ୍ତି। ସେମାନେ ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଶୁଭଙ୍କର ମହାପାତ୍ର, ଜେ ସୋନାଲ, ଭୁବନେଶ ଦେବଦାସ ପାଟିଲ। ସମସ୍ତେ ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର। ସେମାନେ ପୁରୀର ବିକାଶ ଲାଗି କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ। ନିଯୁକ୍ତି ପରେ ପୁରୀ ଯିବା ପୂର୍ବରୁ ସେମାନେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌ ବାଲକ୍ରିଷ୍ଣନ ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କଠାରୁ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?