ଐତିହ୍ୟ ପଦଯାତ୍ରାରେ ଟୁର୍‌ ଅପରେଟର

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ) : ଓଡ଼ିଶା ଟ୍ରାଭେଲ୍‌ ବଜାରର ୩ୟ ସଂସ୍କରଣରେ ଯୋଗଦେବାକୁ ଆସିଥିବା ଦେଶର ବିଭିନ୍ନ ସ୍ଥାନର ଟୁର୍‌ ଅପରେଟର୍‌ମାନେ ଶନିବାର ପୁରୁଣା ଭୁବନେଶ୍ୱରରେ ଏକ ଐତିହ୍ୟ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଦେଶର ୨୦ରୁ ଊର୍ଦ୍ଧ୍ୱ ଟୁର୍‌ ଅପରେଟର୍‌ ପଦଯାତ୍ରାରେ ମନ୍ଦିରମାଳିନୀ ଭୁବନେଶ୍ୱରର ଐତିହ୍ୟ କୀର୍ତ୍ତିରାଜିକୁ ଦେଖି ଅଭିଭୂତ ହୋଇ ପଡିଥିଲେ। ପ୍ରାଚୀନ ମନ୍ଦିର ପର୍ଶୁରାମେଶ୍ୱର ପୀଠରୁ ସେମାନେ ଯାତ୍ରା ଆରମ୍ଭ କରି ପବିତ୍ର ବିନ୍ଦୁସାଗର ପାଖ ଔଷଧୀୟ ଉଦ୍ୟାନରେ ଶେଷ କରିଥିଲେ। କ୍ରମାନ୍ବୟରେ ୭ଟି ଐତିହ୍ୟ କୀର୍ତ୍ତି ସେମାନେ ପରିଦର୍ଶନ କରିଥିଲେ। ଜାତୀୟ ପୁରସ୍କାରପ୍ରାପ୍ତ ପର୍ଯ୍ୟଟନ ଗାଇଡ୍‌ ତପନ କୁମାର ମିଶ୍ର ଟୁର୍‌ ଅପରେଟର୍‌ମାନଙ୍କୁ ଓଡ଼ିଶାର ମନ୍ଦିର ନିର୍ମାଣ ଶୈଳୀ ଏବଂ ସ୍ଥାପତ୍ୟର ବିଶେଷତ୍ୱ ସମ୍ପର୍କରେ ବୁଝାଇଥିଲେ। ଓଡ଼ିଶାକୁ ଆସିଥିବା ଏହି ଟୁର୍‌ ଅପରେଟର୍‌ମାନେ ବିଭିନ୍ନ ଐତିହ୍ୟ ସ୍ଥାନଗୁଡ଼ିକ ଦେଖି ଅତ୍ୟନ୍ତ ଆନନ୍ଦିତ ହୋଇଥିଲେ। ଓଡ଼ିଶା ପର୍ଯ୍ୟଟନର ବ୍ୟାପକ ପ୍ରସାର ତଥା ବିପଣନ ଦିଗରେ ସେମାନେ ପ୍ରଯତ୍ନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଓଡ଼ିଶା ଟ୍ରାଭେଲ୍‌ ବଜାର ରାଜ୍ୟ ପର୍ଯ୍ୟଟନ ଓ ଭାରତୀୟ ବାଣିଜ୍ୟ ମହାସଂଘ (ଫିକି)ର ମିଳିତ ଆୟୋଜକ ଭାବରେ ଓଡ଼ିଶାର ଐତିହ୍ୟ, ବୌଦ୍ଧ, ସାଂସ୍କୃତିକ ଓ ଜନଜାତି ପର୍ଯ୍ୟଟନ ଇତ୍ୟାଦି କ୍ଷେତ୍ରରେ ବ୍ୟାପକ ବିକ୍ରୟ ଏବଂ ବିପଣନ ଆଭିମୁଖ୍ୟରେ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?