ଫୁଲବାଣୀ ଅଫିସ, ୧୬ା୫- ରାଜ୍ୟ ସରକାର ଓଡିଶା ରାଜସ୍ବ ସେବା (ଓଆର୍ଏସ୍)ରେ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ଏଥିରେ କନ୍ଧମାଳ ଜିଲାର ଦୁଇ ଶିକ୍ଷକ ଅଛନ୍ତି। ତେବେ ସେମାନେ ଜାଲିଆତି କରି ଏହି ପଦବୀ ହାସଲ କରିଥିବା ଅଭିଯୋଗ ହୋଇଛି। ଜିଲା ଶିକ୍ଷା ବିଭାଗ ଏହାକୁ ସ୍ବୀକାର କରିଛି । ଶୁକ୍ରବାର ଜିଲା ରାଜସ୍ବ ଅମଲା ସଂଘ ଜିଲାପାଳଙ୍କୁ ଭେଟି ଏ ସଂକ୍ରାନ୍ତରେ ଅଭିଯୋଗପତ୍ର ଦାଖଲ କରିଛନ୍ତି। ସମସ୍ତ ନୀତି ନିୟମ ଉଲ୍ଲଂଘନ କରିଥିବା ଏହି ୨ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି ।
ସୂଚନା ଅନୁଯାୟୀ, ପଦୋନ୍ନତି ପାଇଁ କର୍ମଚାରୀଙ୍କ ସିସିଆର ଅନୁମୋଦନ କରି ବିଭାଗୀୟ ମୁଖ୍ୟ ସରକାରଙ୍କୁ ପଠାଇବା ନିୟମ ରହିଛି। ଜିଲାରେ ଯେଉଁ ୨ ଶିକ୍ଷକ ଓଆରଏସ ପାଇଛନ୍ତି, ସେମାନେ ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ ପାଇଥିବା ଚିଠି ସରକାରଙ୍କ ନିକଟରେ ଦାଖଲ କରିଛନ୍ତି। ୨୦୧୯ ଜାନୁୟାରୀରେ ଏହି ଅନୁମୋଦନ ଚିଠି ଜିଲା ଶିକ୍ଷାଧିକାରୀ ଲେଖିଥିବା ଉଲ୍ଲେଖ ରହିଛି । ମାତ୍ର ଜିଲା ଶିକ୍ଷାଧିକାରୀ ଏପରି କୌଣସି ଅନୁମୋଦନ କରି ନ ଥିବା ଜଣାପଡିଛି । ଚିଠିରେ ଯେଉଁ ନମ୍ବର ପଡିଛି ତାହା ଅନ୍ୟ ଏକ ବିଭାଗୀୟ ଚିଠିର ନମ୍ବର ା ତେଣୁ ଶିକ୍ଷକଦ୍ୱୟ ଜିଲା ଶିକ୍ଷାଧିକାରୀଙ୍କ ନାମରେ ଜାଲ୍ ଅନୁମୋଦନ ସରକାରଙ୍କ ଠାରେ ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷକ ଗତ ୪ ବର୍ଷ ହେଲା ଛୁଟିରେ ରହିଛନ୍ତି। ତାଙ୍କୁ କିଛି ମାସ ତଳେ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଥିବା ଜଣାପଡିଛି ା ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନଙ୍କୁ ପଚାରିବାରୁ ଅଭିଯୋଗକୁ ସେ ସ୍ବୀକାର କରିଛନ୍ତି। ଅଭିଯୋଗ ଆସିବା ପରେ ଶିକ୍ଷା ନିର୍ଦ୍ଦେଶାଳୟ ଏହା ଉପରେ ତଦନ୍ତ ଆରମ୍ଭ କରିଥିବା ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ଶିକ୍ଷକ ଜଣଙ୍କ ନାମରେ ଥାନାରେ ଆପରାଧିକ ମାମଲା ରହିଥିଲେ ମଧ୍ୟ ସେ ପଦୋନ୍ନତୀ ହାସଲ କରିଛନ୍ତି। ଜିଲା ରାଜସ୍ବ ଅମଲା ସଂଘ ସଭାପତି ଭଞ୍ଜ କିଶୋର ନାୟକ, ସମ୍ପାଦକ ସୁବ୍ରତ କୁମାର ମହାନ୍ତି ଜିଲାପାଳଙ୍କୁ ଭେଟି ଏ ସଂକ୍ରାନ୍ତରେ ପଦକ୍ଷେପ ନେବାକୁ ଦାବି କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…
ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ
ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…
ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…
ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…
Archives

