ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଶ୍ରମ ଓ ନିୟୋଜନ ବିଭାଗ ଅତିରିକ୍ତ ସଚିବ ସୁଧାକର ବୁର୍ଗୀଙ୍କୁ ଓଡ଼ିଶା ଖଣିଜ ସମ୍ପଦ ଅଞ୍ଚଳ ବିକାଶ ନିଗମ(ଓମ୍ବାଡକ)ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା) ଡେପୁଟି ଡାଇରେକ୍ଟର ବିଷ୍ଣୁପ୍ରିୟା ସାହୁଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଡେପୁଟି ସେକ୍ରେଟାରି, ବିଏମ୍ସି ଡେପୁଟି କମିଶନର ସସ୍ମିତା ସାହୁଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଡେପୁଟି ସେକ୍ରେଟାରି, ଖୋର୍ଦ୍ଧା ଉପଜିଲାପାଳ ଶାନ୍ତନୁ କୁମାର ମହାନ୍ତିଙ୍କୁ ଉଚ୍ଚଶିକ୍ଷା ବିଭାଗର ଡେପୁଟି ସେକ୍ରେଟାରି ଭାବେ ବଦଳି ସହ ତାଙ୍କୁ ମୋ କଲେଜ ଓଏସ୍ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଖୋର୍ଦ୍ଧା ତହସିଲଦାର ଶୁଭେନ୍ଦ୍ର କୁମାର ସାମଲଙ୍କୁ ପାରଳାଖେମୁଣ୍ଡି ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗରେ ଡେପୁଟି ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଛି। ପାରଳାଖେମୁଣ୍ଡି ବଦଳି ଆଦେଶକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ରଦ୍ଦ କରାଯାଇଛି। କ୍ରୀଡା ଓ ଯୁବସେବା ବ୍ୟାପାର ବିଭାଗର ଅଶୋକ କୁମାର ବେହୁରିଆଙ୍କୁ ଖୋର୍ଦ୍ଧା ଉପଜିଲାପାଳ, ଭୁବନେଶ୍ୱର ବିଡିଓ ତ୍ରିଲୋଚନ ମହାନ୍ତିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଡେପୁଟି ସେକ୍ରେଟାରି ଏବଂ ବଡସାହି ବିଡିଓ ଦିଲୀପ କୁମାର ମହାରଣାଙ୍କୁ ଗଞ୍ଜାମ ଡିଆରଡିଏ ଏପିଡି ଭାବେ ବଦଳି କରାଯାଇଛି।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


