ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା: ହାଇକୋର୍ଟ ଦେଲେ ଡେଡ୍‌ ଲାଇନ

କଟକ ଅଫିସ,୨୩।୭: ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ପଦବୀକୁ ନେଇ ବିବାଦ ବଢିବାରେ ଲାଗିଛି। ଏ ସଂକ୍ରାନ୍ତରେ ହାଇକୋର୍ଟ ଡେଡ୍‌ଲାଇନ ଧାର୍ଯ୍ୟ କରିଛନ୍ତି। ଅଗଷ୍ଟ ୫ ସୁଦ୍ଧା ଉକ୍ତ ପଦବୀ ପୂରଣ ନିମନ୍ତେ ରାଜ୍ୟ ସରକାର ନେବାକୁ ରାୟରେ କୁହାଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରୀ ଓ ବିଚାରପତି ଜଷ୍ଟିସ୍‌ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆଦେଶ ଦେଇଛନ୍ତି। ଓଏଚ୍‌ଆରସିରେ ଦୀର୍ଘଦିନ ଧରି ସ୍ଥାୟୀ ଭାବେ ଅଧ୍ୟକ୍ଷ ପଦବୀରେ କାହାରିକୁ ନିଯୁକ୍ତି ମିଳିଲା ନାହିଁ। ହେଲେ ଜଷ୍ଟିସ ବୀର କିଶୋର ମିଶ୍ର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କିଛିଦିନ କାର୍ଯ୍ୟ ତୁଲାଇଲେ। କିନ୍ତୁ ତାଙ୍କର ଅବସର ପରେ ସେହି ସ୍ଥାନରେ କାହାରିକୁ ନିଯୁକ୍ତି ଦିଆଗଲାନାହିଁ। ଫଳରେ ଅନେକ ମାନବାଧିକାର ଉଲ୍ଲଂଘନ ସଂକ୍ରାନ୍ତ ମାମଲା ବଢିଚାଲିଲା। ତେଣୁ ଏହି ପଦବୀ ପୂରଣ ପାଇଁ ଆବେଦନକାରୀ ଦ୍ୱୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri