ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବି.ପି. ଦାସ

ଭୁବନେଶ୍ୱର, ୫।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସ। ସେହିଭଳି କମିଶନ ସଦସ୍ୟ ବିଶିଷ୍ଟ ଆଇନଜୀବୀ ଅସୀମ ଅମିତାଭ ଦାସ ମଧ୍ୟ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ ୨୨ ତାରିଖରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଉଭୟଙ୍କୁ ନୂଆ ନିଯୁକ୍ତି ଦେଇଥିଲେ। ତେବେ ବିଚରାଧୀନ ମାମଲାଗୁଡିକର ତ୍ୱରିତ ତଦନ୍ତ କରି ନ୍ୟାୟ ପ୍ରଦାନକୁ ପ୍ରଥମ ପ୍ରାଧାନ୍ୟ ଦେବେ ବୋଲି ଦାୟିତ୍ୱ ଗ୍ରହଣ ପରେ ଜଷ୍ଟିସ ବି.ପି. ଦାସ କହିଛନ୍ତି। ଗତ ୬ ବର୍ଷ ୭ ମାସ ଧରି ଓଏଚ୍‌ଆର୍‌ସିର କୌଣସି ନିୟମିତ ଅଧ୍ୟକ୍ଷ ନ ଥିଲେ। ତେବେ ଜଷ୍ଟିସ ଦାସଙ୍କ ଯୋଗଦାନ କମିଶନଙ୍କ କାର୍ଯ୍ୟଧାରାକୁ ତ୍ୱରାନ୍ବିତ କରିବ ବୋଲି ଆଶା କରାଯାଉଛି।
ଜଷ୍ଟିସ ଦାସ ୧୯୫୦ ନଭେମ୍ବର ୧୫ରେ କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଧର୍ମଗତପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ। କଟକ ଖ୍ରୀଷ୍ଟ କଲେଜରୁ ବିଦ୍ୟାଳୟ ଶିକ୍ଷା ଓ ରେଭେନ୍‌ଶା କଲେଜରୁ ସ୍ନାତକ ଶେଷ କରିବା ପରେ ୧୯୭୨ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ପାସ୍‌ କରିଥିଲେ। ୧୯୭୪ରେ କଟକସ୍ଥିତ ମଧୁସୂଦନ ଲ’ କଲେଜରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ। ୧୯୭୪ରୁ ୧୯୭୯ ପର୍ଯ୍ୟନ୍ତ ପରବର୍ତ୍ତୀ ସମୟରେ ଓଡିଶା ହାଇକୋର୍ଟର ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୧୯୯୬ରୁ ୧୯୯୭ ପର୍ଯ୍ୟନ୍ତ ରାଜ୍ୟ ବାର କାଉନ୍‌ସିଲର ସଦସ୍ୟ ଥିଲେ। ୧୯୯୯ରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପୁରୀ ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ରାଜ୍ୟ ସରକାର ୨୦୧୬ ଜାନୁୟାରୀରେ ଶ୍ରୀମନ୍ଦିର ସଂସ୍କାର କମିଶନ ଭାବେ ଜଷ୍ଟିସ ବି.ପି. ଦାସଙ୍କୁ ନିଯୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri