ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବି.ପି. ଦାସ

ଭୁବନେଶ୍ୱର, ୫।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସ। ସେହିଭଳି କମିଶନ ସଦସ୍ୟ ବିଶିଷ୍ଟ ଆଇନଜୀବୀ ଅସୀମ ଅମିତାଭ ଦାସ ମଧ୍ୟ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ ୨୨ ତାରିଖରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଉଭୟଙ୍କୁ ନୂଆ ନିଯୁକ୍ତି ଦେଇଥିଲେ। ତେବେ ବିଚରାଧୀନ ମାମଲାଗୁଡିକର ତ୍ୱରିତ ତଦନ୍ତ କରି ନ୍ୟାୟ ପ୍ରଦାନକୁ ପ୍ରଥମ ପ୍ରାଧାନ୍ୟ ଦେବେ ବୋଲି ଦାୟିତ୍ୱ ଗ୍ରହଣ ପରେ ଜଷ୍ଟିସ ବି.ପି. ଦାସ କହିଛନ୍ତି। ଗତ ୬ ବର୍ଷ ୭ ମାସ ଧରି ଓଏଚ୍‌ଆର୍‌ସିର କୌଣସି ନିୟମିତ ଅଧ୍ୟକ୍ଷ ନ ଥିଲେ। ତେବେ ଜଷ୍ଟିସ ଦାସଙ୍କ ଯୋଗଦାନ କମିଶନଙ୍କ କାର୍ଯ୍ୟଧାରାକୁ ତ୍ୱରାନ୍ବିତ କରିବ ବୋଲି ଆଶା କରାଯାଉଛି।
ଜଷ୍ଟିସ ଦାସ ୧୯୫୦ ନଭେମ୍ବର ୧୫ରେ କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଧର୍ମଗତପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ। କଟକ ଖ୍ରୀଷ୍ଟ କଲେଜରୁ ବିଦ୍ୟାଳୟ ଶିକ୍ଷା ଓ ରେଭେନ୍‌ଶା କଲେଜରୁ ସ୍ନାତକ ଶେଷ କରିବା ପରେ ୧୯୭୨ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ପାସ୍‌ କରିଥିଲେ। ୧୯୭୪ରେ କଟକସ୍ଥିତ ମଧୁସୂଦନ ଲ’ କଲେଜରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ। ୧୯୭୪ରୁ ୧୯୭୯ ପର୍ଯ୍ୟନ୍ତ ପରବର୍ତ୍ତୀ ସମୟରେ ଓଡିଶା ହାଇକୋର୍ଟର ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୧୯୯୬ରୁ ୧୯୯୭ ପର୍ଯ୍ୟନ୍ତ ରାଜ୍ୟ ବାର କାଉନ୍‌ସିଲର ସଦସ୍ୟ ଥିଲେ। ୧୯୯୯ରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପୁରୀ ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ରାଜ୍ୟ ସରକାର ୨୦୧୬ ଜାନୁୟାରୀରେ ଶ୍ରୀମନ୍ଦିର ସଂସ୍କାର କମିଶନ ଭାବେ ଜଷ୍ଟିସ ବି.ପି. ଦାସଙ୍କୁ ନିଯୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri