ଓଏମ୍‌ସି କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ : ଭାଗନେଲେ ୧୦ ପଞ୍ଚାୟତର ଶ୍ରେଷ୍ଠ ଦଳ

କାଳିଆପାଣି/ସୁକିନ୍ଦା,୫।୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନସିପ୍‌ କଲୋନୀ ପରିସରରେ ଥିବା ଖେଳ ପଡ଼ିଆରେ ବୁଧବାର ୩ ଦିନିଆ ଆନ୍ତଃଗ୍ରାମାଞ୍ଚଳ (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟକୁ ଆନୁଷ୍ଠାନିକ ଭାବେ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ପତାକା ଉତ୍ତୋଳନ କରି ଉଦ୍‌ଘାଟନ କରିଥିଲେ। ଖଣି ଅଞ୍ଚଳରେ ପ୍ରତିଭାବାନ୍‌ କ୍ରୀଡାବିତ୍‌ଙ୍କୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ଖଣି ନିଗମର ପ୍ରୟାସକୁ ବିଧାୟକ ପ୍ରଶଂସା କରିଥିଲେ। ପ୍ରାରମ୍ଭରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କ ଦ୍ୱାରା ଚିତ୍ତାକର୍ଶକ ନୃତ୍ୟ ପ୍ରଦର୍ଶନ ମାଧ୍ୟମରେ ଅତିଥିମାନଙ୍କୁ ସ୍ବାଗତ କରାଯାଇଥିଲା। ସୌରିକ ଆଥଲେଟିକ ଆସୋସିଏଶନ ସଭାପତି ପ୍ରଭାତ ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଖଣି ନିଗମ ଆଞ୍ଚଳିକ ପରିଚାଳକ ବିଜୟ କୁମାର ବେହେରା ସମ୍ମାନିତ ଅତିଥିଭାବେ ଯୋଗଦେଇଥିବା ବେଳେ ସୁକିନ୍ଦା ବ୍ଲକ ଅଧ୍ୟକ୍ଷା ପଦ୍ମାବତୀ ଜେନା, ପୂର୍ବତନ ଅଧ୍ୟକ୍ଷା ଭଗବତୀ ମହାନ୍ତ, ଉପାଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, ଶ୍ରମିକ ନେତା ନାରାୟଣ ଚନ୍ଦ୍ର ଧୀର, ଇମ୍ଫା ଖଣି ଉପସଭାପତି ସୁଧାଂଶୁ ପାଟନୀ, ଟାଟା କମ୍ପାନୀ ସୁକିନ୍ଦା ଖଣି ପ୍ରଶାସନିକ ଅଧିକାରୀ ଗୌତମ ଚକ୍ରବର୍ତୀ, ଜସପ୍ରୀତ୍‌ ସିଂ, ଖଣି ନିଗମ ଦକ୍ଷିଣକାଳିଆପାଣି ପରିଚାଳକ କାଠି ପ୍ରଧାନ, ପ୍ରଶାସନିକ ଅଧିକାରୀ ଲକ୍ଷ୍ମଣ ହଁାସଦା ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ସଭାକାର୍ଯ୍ୟରେ ସଂଘ ପକ୍ଷରୁ ରବିନାରାୟଣ କର, ଏସ୍‌.କେ.ନିହାଲୁଦିନ, ବାବୁ ମହାରଣା, ମନୋଜ ବେଜ, ଆଶିଷ ଜେନା, ବୈକୁଣ୍ଠ ମହାନ୍ତ, ସତ୍ୟଜିତ ନାୟକ ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ କଂସ, କାଳିଆପାଣି, ଚିଙ୍ଗୁଡ଼ିପାଳ, ରାଁସୋଳ, କାଙ୍କଡପାଳ, ପିମ୍ପୁଡ଼ିଆ, କୁହିକା, ଦୁଧୁଜୁରୀ, ବନ୍ଧଗାଁ, କିଆଝର ପ୍ରଭୃତି ୧୦ ପଞ୍ଚାୟତର ଶ୍ରେଷ୍ଠ ଫୁଟବଲ ଦଳ ଭାଗନେଇଛନ୍ତି। ରାଜ୍ୟ ଓ ଆନ୍ତଃରାଜ୍ୟ ଫୁଟବଲ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଭଲ ଖେଳାଳି ଚୟନ କରିବା ଲକ୍ଷ୍ୟରେ ନିଗମ ପକ୍ଷରୁ ଏହି ପ୍ରତିଯୋଗିତା କରାଯାଉଛି। ପ୍ରତିଯୋଗିତାରେ ଉନ୍ନତ ଖେଳ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ନିଗମ ପକ୍ଷରୁ ପ୍ରଶିକ୍ଷଣ ଦିଆଯାଇ ରାଜ୍ୟ ଓ ଆନ୍ତଃରାଜ୍ୟ ଫୁଟବଲ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରାଯିବ ବୋଲି ସୂଚନା ଦିଆଯାଇଛି। ଉଦ୍‌ଘାଟନୀ ଅବସରରେ ରାଁସୋଳ ସହିତ ବନ୍ଧଗାଁ, କଂସ ସହିତ କିଆଝର, କୁହିକା ସହିତ କାଳିଆପାଣି, ଚିଙ୍ଗୁଡିପାଳ ସହିତ ଦୁଧୁଜୁରି ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ବନ୍ଧଗଁା, କଂସ, କାଳିଆପାଣି, ଦୁଧୁଜୁରୀ ଦଳ ପରାଜୟବରଣ କରିଥିଲେ। ଏହି କ୍ରୀଡାରେ ଆସୋଶେନର ସଭାପତି ପ୍ରଭାତ ରଞ୍ଜନ ପ୍ରଧାନ, ନିହାଲ କୁମାର, ବୈକୁଣ୍ଠ ମହାନ୍ତ, ଶ୍ୟାମ ଚରଣ ମହାରଣା, ସନ୍ନ୍ୟାଶୀ ସାମଲ, ମଧୁପ ରଞ୍ଜନ ନନ୍ଦ, ରବିନାରାୟଣ କର, ବିକାଶ କୁମାର ନାୟକ ପ୍ରମୁଖ ସହଯୋଗ କରିଥିଲେ। ପ୍ରଭାକର ବେହେରା, ସ୍ବପ୍ନେଶ୍ୱର କଅଁର ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri