ଓଏସ୍‌ଆର୍‌ଟିସି ଗ୍ୟାରେଜରେ ଶତାଧିକ ଗହମ ବସ୍ତା: ତାଲା ପକାଇଲେ ଯୋଗାଣ ବିଭାଗ ଅଧିକାରୀ

ଓଡ଼ଗାଁ,୩।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଫିସ ସାମ୍ନାରେ ଥିବା ଓଏସ୍‌ଆର୍‌ଟିସି ଗ୍ୟାରେଜ ନବ ନିର୍ମିତ ଅଫିସ କୋଠରି ଭିତରେ ଶତାଧିକ ଗହମ ବସ୍ତା ଥିବା ଦେଖିବାକୁ ମିଳିଛି। ବେଆଇନ ଭାବେ ଗହମ ମହଜୁଦ ଥିବା ଜାଣିି ପରିଷଦ ସଦସ୍ୟମାନେ ଏହା ଉପରେ ନଜର ରଖିଥିଲେ। ଗୁରୁବାର ରାତିରେ ସମ୍ପୃକ୍ତ ଠିକା କାମ କରୁଥିବା ଜଣେ ଅଫିସର ଗାଡ଼ି ଲଗାଇ ଗହମ ନେବାକୁ ଉଦ୍ୟମ କରୁଥିବା ବେଳେ ପଚରାଉଚରା କରିବାରୁ ଖାଲି ଗାଡ଼ି ନେଇ ସେମାନେ ଚାଲିଯାଇଥିଲେ। ଲୋକେ ପୋଲିସ ଓ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ବିଳମ୍ବିତ ରାତିରେ ଯୋଗାଣ ବିଭାଗ ଅଧିକାରୀ ଜୟନ୍ତ କୁମାର ଦାଶ ଓ ଅତିରିକ୍ତ ତହସିଲଦାର ପହଞ୍ଚି ଲୋକଙ୍କ ସମ୍ମୁଖରେ ଗହମ ଥିବା କୋଠରିରେ ତାଲା ପକାଇଥିଲେ । ହେଲେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ନ ଆସିବା ପର୍ଯ୍ୟନ୍ତ ତାଲା ନ ଖୋଲିବା ପାଇଁ ଲୋକେ ଜିଦ୍‌ ଧରିଛନ୍ତି। ଅଧିକାରୀମାନେ ପୋଲିସ ସହାୟତାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଠାବ କରିବାକୁ ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri