ଓଏସ୍‌ସିପିସିଆର୍‌ରେ ଅଭିଭାବକ ସଂଘର ଅଭିଯୋଗ: କନିଷ୍ଠ ଛାତ୍ରଙ୍କ ସହ ଅପ୍ରାକୃତିକ ଯୌନସମ୍ପର୍କ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ବଡ଼ଗଡ଼ ଥାନା ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ୍‌ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ସହ ଦଶମ ଶ୍ରେଣୀର ଜଣେ ଛାତ୍ର ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ରଙ୍କ ପରିବାରବର୍ଗ ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଏ ସମ୍ପର୍କରେ ସର୍ବଭାରତୀୟ ଅଭିଭାବକ ସଂଘ ଜାଣିବା ପରେ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଓଏସ୍‌ସିପିସିଆର୍‌)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଆୟୋଗ ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କଠାରୁ ରିପୋର୍ଟ ତଲବ କରିବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ଅଭିଯୋଗ ଅନୁଯାୟୀ, ଗତ ମାସ ୩୧ତାରିଖରେ ପଞ୍ଚମ ଶ୍ରେଣୀ ଛାତ୍ର ଜଣକ ସ୍କୁଲକୁ ଯାଇଥିଲେ। କ୍ଲାସ ଚାଲୁଥିବା ବେଳେ ତାଙ୍କୁ ଦଶମ ଶ୍ରେଣୀର ଜଣେ ଛାତ୍ର କୌଶଳକ୍ରମେ ଟଏଲେଟ୍‌କୁ ଡାକି ନେଇଥିଲେ। ସେଠାରେ ସେ ତାଙ୍କ ସହ ଜୋରଜବରଦସ୍ତି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ। ଦୁଇଘଣ୍ଟା ପରେ ସମ୍ପୃକ୍ତ ପଞ୍ଚମ ଶ୍ରେଣୀ ଛାତ୍ର କ୍ଲାସ୍‌ରୁମ୍‌କୁ ଫେରିଥିଲେ। ତେବେ ସେ ଘରକୁ ଯିବା ପରେ ଭୀଷଣ ଯନ୍ତ୍ରଣା ଅନୁଭବ କରିବାରୁ କାନ୍ଦିଥିଲେ। ପରିବାର ଲୋକେ ତାଙ୍କୁ ପଚାରିଥିଲେ ମଧ୍ୟ ସେ କିଛି କହି ନ ଥିଲେ। କିନ୍ତୁ ରକ୍ତ ବାହାରିବାରୁ ଘଟଣା ସମ୍ପର୍କରେ ସେମାନେ ଜାଣିବାକୁ ପାଇଥିଲେ।

ଏ ନେଇ ସର୍ବଭାରତୀୟ ଅଭିଭାବକ ସଂଘର ରାଜ୍ୟ ସଭାପତି ପ୍ରଦୀପ୍ତ ନାୟକ କହିଛନ୍ତି, ରାଜ୍ୟରେ ଅନେକ ଘରୋଇ ଇଂଲିଶ ମିଡିୟମ ସ୍କୁଲର ପରିଚାଳନା ଉପରେ ସରକାରଙ୍କର ନିୟନ୍ତ୍ରଣ ନାହିଁ। ସେଠାରେ ଶିଶୁମାନଙ୍କ ନିରାପତ୍ତା ଓ ସୁରକ୍ଷା ନେଇ କୌଣସି କଟକଣା ନାହିଁ। ସେଥିପାଇଁ ଅଧିକାଂଶ ସମୟରେ ଏପରି ଘଟଣା ଘଟୁଛି। ଏଭଳି ଘଟଣା ଘଟିଲେ ଘରୋଇ ବିଦ୍ୟାଳୟର ମାଲିକମାନେ ତାହାକୁ ଚାପି ଦେଉଛନ୍ତି। ସଂଘ ଏହି ଘଟଣାକୁ ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri