ଓକିଲଙ୍କ ଆକ୍ରମଣକୁ ନିନ୍ଦା

ବ୍ରହ୍ମପୁର ଅଫିସ୍‌,୮ା୧୧-ଦିଲ୍ଲୀର ତିସ୍‌ହଜାରୀ କୋର୍ଟ ପରିସରରେ ଜଣେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଦିଲ୍ଲୀ ପୋଲିସର ଗୁଳିଚାଳନାକୁ ନେଇ ଗଞ୍ଜାମ ଓକିଲ ସଂଘ ବରିଷ୍ଠ ସଦସ୍ୟମାନେ ନିନ୍ଦା କରିଛନ୍ତି। ସାମାନ୍ୟ ପାର୍କିଂକୁ ନେଇ ପୋଲିସ ସଞ୍ଜମତା ଆଚରଣ କରିବା ପରିବର୍ତ୍ତେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଗୁଳି ଚଳାଇବା ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ। ଏହି ପରିପ୍ରେକ୍ଷୀରେ ପୋଲିସ କ୍ଷମା ମାଗିବା ପ୍ରତିବଦଳରେ ଆନ୍ଦୋଳନ କରିବା ଗ୍ରହଣୀୟ ନୁହେଁ। ଆଇନ୍‌ର ରକ୍ଷା ଓ ଲୋକଙ୍କ ଧନଜୀବନର ସୁରକ୍ଷା ପାଇଁ ଶପଥ ନେଇଥିବା ପୋଲିସ କଥା କଥାକେ ଉଗ୍ର ହେବାକୁ ସ୍ଥାନୀୟ ଓକିଲମାନେ ନିନ୍ଦା କରିଛନ୍ତି। ଗୁଳି ଚଳାଇଥିବା ପୋଲିସ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ଆଘାତପ୍ରାପ୍ତ ଆଇନଜୀବୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ପୋଲିସଙ୍କୁ ଦଣ୍ଡ ଦେବାକୁ ଆଇନଜୀବୀ ଭଗବାନ ସାହୁ, ମାଗୁଣି ଚରଣ ପଲାଇ, ପୀତବାସ ପଣ୍ଡା, ସୂର୍ଯ୍ୟନାରାୟଣ ପଟ୍ଟନାୟକ, ନିରଞ୍ଜନ ପ୍ରସାଦ ନାୟକ, ଶ୍ରୀକାନ୍ତ ପଟ୍ଟନାୟକ, ଶିଶିର କୁମାର ପାଣି, ନିରଞ୍ଜନ ପାଢୀ, ପ୍ରଦୀପ ଦାସ, ଏମ୍‌.ଏସ୍‌. ସାଦମାନୀ, ଅରୁଣ କୁମାର ରାଉତ, ଶରତ ଚନ୍ଦ୍ର ଦାଶ ଏବଂ ରଘୁନାଥ ପାଣିଗ୍ରାହୀ ପ୍ରମୁଖ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri