ଓଜନ କମ୍‌ କରିବା ପାଇଁ ମହିଳା କରିଥିଲେ ଏମିତି କିଛି, ଯେଉଁଥିରେ ସବୁଦିନ ପାଇଁ ଅକାମୀ ହୋଇଗଲା ଏହି ଅଙ୍ଗ

ବର୍ତ୍ତମାନ ସମୟରେ ମେଦବହୁଳତା ଏକ ଜଟିଳ ସମସ୍ୟା ପାଲଟିଛି। ଏହି ସମସ୍ୟା ଦେଇ ଗତିକରୁଛନ୍ତି ବିଶ୍ୱର ଅଧିକାଂଶ ଲୋକ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଯିଏ ଯାହା କହିଥାଏ, ଆମେ କରିଥାଉ। କେହି କେହି ଏଥିରୁ ମୁକ୍ତି ପାଇବା ପାଇଁ ଲିକ୍ୱିଡ୍‌ ଡାଏଟ ଆପଣାଇଥାନ୍ତି। ତେବେ ଆପଣ ଯଦି ଏପରି କରୁଥାନ୍ତି ତେବେ ଆପଣଙ୍କୁ ଏହାର କୁପରିଣାମ ବିଷୟରେ ଜାଣିବା ଆବଶ୍ୟକ। ଜଣେ ମହିଳା ନିଜର ଓଜନ କମ୍‌ କରିବା ପାଇଁ ଲିକ୍ୱିଡ୍‌ ଡାଏଟ ଆପଣାଇଥିଲେ। ଏଥିଯୋଗୁ ତାଙ୍କ ବ୍ରେନ୍‌ ସବୁଦିନ ପାଇଁ ଅକାମୀ ହୋଇଯାଇଥିଲା।
ଇସ୍ରାଏଲର ଜଣେ ୪୦ ବର୍ଷୀୟା ମହିଳା ନିଜ ଓଜନ କମ୍‌ କରିବାକୁ ୩ ସପ୍ତାହ ଧରି କେବଳ ଜୁସ୍‌ ପିଉଥିଲେ। ଫଳରେ ତାଙ୍କ ବ୍ରେନ୍‌ ଉପରେ ଖରାପ ପ୍ରଭାବ ପଡିଥିଲା। ମହିଳା ଜଣକ ଡାଏଟ ପୂର୍ବରୁ ଏକ ଥେରାପି ଆରମ୍ଭ କରିଥିଲେ, ଯେଉଁଥିରେ ସେ କେବଳ ପାଣି ଓ ଜୁସ୍‌ ପିଉଥିଲେ। ଏପରି କରିବା ଦ୍ୱାରା ଓଜନ ୪୦ କିଲୋ କମିଯାଇଥିଲା, ମାତ୍ର ତାଙ୍କ ମସ୍ତିଷ୍କ ଉପରେ ଏହାର କୁପ୍ରଭାବ ପଡ଼ି ତାହାକୁ ଡ୍ୟାମେଜ୍‌ କରିଦେଇଥିଲା। ପରେ ସେ ଡାକ୍ତରଙ୍କ ପାଖକୁ ଯିବାରେ ତାଙ୍କୁ ହାଇପୋନୋଟ୍ରେନିଆ ହୋଇଥିବା ଜଣାପଡ଼ିଥିଲା। ଏହି ସମସ୍ୟାକୁ ମେଡିକାଲ ସାଇନ୍ସରେ ଭୋଟାର ଇନ୍‌ଟୋକ୍‌ସିନେଶନ କୁହାଯାଏ। ରକ୍ତରେ ସୋଡିୟମ୍‌ର ମାତ୍ରା କମିଗଲେ ଜଣେ ଏହି ସମସ୍ୟାରେ ପଡ଼ିଥାନ୍ତି। ତେବେ ମହିଳା ଜଣଙ୍କ ଅଧିକ ଜୁସ୍‌ ଡାଏଟ୍‌ କରିବା ଫଳରେ ସବୁଦିନ ପାଇଁ ବ୍ରେନ୍‌ ଡ୍ୟାମେଜ୍‌ ହୋଇଥିବା ଡାକ୍ତର ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri