ଓଜନ ହୋଲ୍‌ର ଆକାର କମିବାରେ ଲାଗିଛି !

ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସାଧାରଣତଃ ବାୟୁମଣ୍ଡଳରେ ଜମା ହେଉଥିବା କ୍ଲୋରୋ-ଫ୍ଲୋରୋ-କାର୍ବନ(ସିଏଫ୍‌ସି) ଗ୍ୟାସ୍‌  ଉପରସ୍ତରରେ ଥିବା ଓଜନସ୍ତର ସହିତ ରାସାୟନିକ ପ୍ରତିକ୍ରିୟା କରି ସିଏଫ୍‌ସି ଅକ୍ସାଇଡ୍‌ ଏବଂ ଅମ୍ଳଜାନ ସୃଷ୍ଟି କରିଥାଏ। ଫଳରେ ଓଜନ ସ୍ତରର ସାନ୍ଦ୍ରତା କମିଯାଇଥାଏ। ଏହାକୁ ଓଜନ ହୋଲ୍‌ କୁହାଯାଇଥାଏ। ଓଜନ ମଲିକ୍ୟୁଲ୍‌ରେ ୩ଟି ଅମ୍ଳଜାନ ରହିଥାଏ। ବାୟୁ ମଣ୍ଡଳରେ ବଜ୍ରପାତ ସମୟରେ ଉଚ୍ଚ ତାପମାତ୍ରାରେ ପ୍ରାକୃତିକ ଉପାୟରେ ୩ଟି ଅମ୍ଳଜାନ ଆଟମ୍‌ ମିଳିତ ହୋଇ ଓଜନ ମଲିକ୍ୟୁଲ୍‌ ସୃଷ୍ଟି ହୋଇଥାଏ। ୨୦୬୦ ସୁଦ୍ଧା ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ରେ ସୁଧାର ଆସିପାରିବ ବୋଲି ଏହା ଉପରେ ଗବେଷଣା କରୁଥିବା ଅନ୍ତରା ବାନାର୍ଜୀ ସୂଚନା ଦେଇଛନ୍ତି। ୨୦୦୦ଠାରୁ ଓଜନସ୍ତରରେ ବୃଦ୍ଧି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri