Posted inରାଜ୍ୟ

ଓଡ଼ଗାଁ ଏନ୍‌ଏସି: ପଲିଥିନ ବ୍ୟବହାର ଉପରେ କଟକଣା

ଓଡ଼ଗାଁ,୨୨ା୬(ସ୍ବ.ପ୍ର.): ଶୁକ୍ରବାର ଓଡଗାଁ ଏନ୍‌ଏସି ତରଫରୁ ଆନୁଷ୍ଠାନିକ ଭାବେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ଏଥିନିମନ୍ତେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏକ ସଚେତନତା ରଥକୁ ନୟାଗଡ଼ ଉପଜିଲାପାଳ ଜିତେନ୍ଦ୍ର କୁମାର ସାହୁ ନୀଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ସମସ୍ତଙ୍କୁ ପଲିଥିନ ବିକ୍ରି ଓ ବ୍ୟବହାରରୁ ନିବୃତ୍ତ ରହିବାକୁ ଚେତାବନୀ ଦିଆଯାଇଥିଲା। ଏହି ଘୋଷଣାର ୧୫ଦିନ ପରେ ପଲିଥିନ ବିକ୍ରି ଓ ମହଜୁଦକାରୀଙ୍କଠାରୁ ସମସ୍ତ ପଲିଥିନ ଜବତ କରାଯିବା ସହିତ ସେମାନଙ୍କୁ ୨୦୦ରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରିବାକୁ ମାଇକ୍‌ ଦ୍ୱାରା ପ୍ରଚାର କରାଯାଇଥିଲା ା ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଦ୍ୱାରା କଡାକଡି ଭାବେ ଏହାକୁ ପାଳନ କରିବାକୁ ଚେତାବାନୀ ମିଳିବାପରେ ଏପରି ପଦକ୍ଷେପ ନିଆଯାଇଥିବା ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଏହା ସହିତ ଶୁକ୍ରବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ୨ୟ ପର୍ଯ୍ୟାୟ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାଗୃହରେ ଅନୁଷ୍ଠିତ କର୍ମଶାଳାରେ ଉପଜିଲାପାଳ ସାହୁ ଅଧ୍ୟକ୍ଷତା କରିଥିଲେ। ଏଥିରେ ସୁସ୍ଥ ଓଡିଶା ଗଠନ ନିମନ୍ତେ ସମସ୍ତ ସଫେଇ କର୍ମଚାରୀ ଓ ସ୍ବୟଂ ସହାୟିକା ଗୋଷ୍ଠୀର କର୍ମକର୍ତ୍ତାଙ୍କୁ ବିଭିନ୍ନ କିସମର ବର୍ଜ୍ୟବସ୍ତୁ ସୁପରିଚାଳନା ସଙ୍କ୍ରାନ୍ତୀୟ ତାଲିମ ସହିତ ସଚେତନତା କରାଯାଇଥିଲା। ସହର ବାସିନ୍ଦା ଓ ବ୍ୟବସାୟୀଙ୍କୁ ଦୁଇଟି ଡଷ୍ଟବିନ୍‌ ବ୍ୟବହାର କରିବାକୁ ଅନୁରୋଧ କରିବା ନିମନ୍ତେ ସମସ୍ତଙ୍କୁ କୁହାଯାଇଥିଲା। ନୀଳ ରଙ୍ଗର ଡଷ୍ଟବିନ୍‌ରେ ଶୁଖିଲା ଓ ସବୁ ରଙ୍ଗର ଡଷ୍ଟବିନ୍‌ରେ ଓଦା ବର୍ଜ୍ୟବସ୍ତୁ ପକାଇବା ନିମନ୍ତେ କୁହାଯାଇଥିଲା। ନିର୍ବାହୀ ଅଧିକାରୀ ମହାପାତ୍ରଙ୍କ ସମେତ ସ୍ବଚ୍ଛ ଭାରତ ମିଶନର ନୋଡାଲ ଅଫିସର ସୁବ୍ରତ କୁମାର ମହାପାତ୍ର, କମ୍ୟୁନିଟି ଅର୍ଗାନାଇଜର ଅନିତା ବଳିଆରସିଂ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri