ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ ବିବାହ ଉତ୍ସବ ସମ୍ପନ୍ନ ହୋଇଛି । ଏହି ଉତ୍ସବ ଦେଖିବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ମନ୍ଦିର ରତ୍ନ ସିଂହାସନରେ ଶ୍ରୀରାମଙ୍କ ଧନୁ ଭଗ୍ନ ସହିତ ଜାନକୀ ବେନି ହସ୍ତରେ ବରଣମାଳା ଧରି ଦଣ୍ଡାୟମାନ ହୋଇଥିବା କମନୀୟ ଓ ଭାବଭରା ଦୃଶ୍ୟ ଭକ୍ତଙ୍କୁ ବିଭୋର କରିଥିଲା । ସନ୍ଧ୍ୟା ଆଳତି ଅବସରରେ ମନ୍ଦିର ଦୁଆର ଖୋଲିବା ପରେ ଜନକ ଦରବାରରେ ଧନୁଭଗ୍ନ ବେଶରେ ପ୍ରଭୁ ଶ୍ରୀରାମ ଭକ୍ତଙ୍କୁ ଦର୍ଶନ ଦେଇଥିବାବେଳେ ଦକ୍ଷିଣ ଦ୍ୱାରସ୍ଥିତ ଝୁଲଣ ମଣ୍ଡପରେ ଶ୍ରୀଜୀଉଙ୍କ ରାଜକୀୟ ଢଙ୍ଗରେ ବୈଦିକ ରୀତିରେ ବିବାହ ଉତ୍ସବ ନିମନ୍ତେ ପ୍ରସ୍ତୁତି ଚାଲିଥିଲା । ମହାରାଜା ଜନକଙ୍କ ଦରବାରରେ ଧନୁ ଭଗ୍ନ ପରେ ପ୍ରଭୁ ଶ୍ରୀରାମ, ଅନୁଜ ଲକ୍ଷ୍ମଣ, ସର୍ବ ଦେବଦେବୀ, ବିଜେ ରାଧାକାନ୍ତଜୀଉଙ୍କ ସମେତ ପ୍ରଶାସନିକ ଅଧିକାରୀ, ପୂଜକ ପରିଷଦ ଓ ସେବାୟତଙ୍କ ଏକ ବରଯାତ୍ରୀ ଦଳ ଶୋଭାଯାତ୍ରାରେ ମନ୍ଦିର ସିଂହଦ୍ୱାର ଦେଇ ପଟୁଆରରେ ବାହାରିଥିଲେ ା ବରଯାତ୍ରୀ ବାଣ, ରୋଶଣୀ, ନୃତ୍ୟସଙ୍ଗୀତ ସହିତ ଗ୍ରାମ ପରିକ୍ରମ କରି ସୁସଜ୍ଜିତ ବିବାହ ମଣ୍ଡପ ନିକଟରେ ପହଞ୍ଚତ୍ଥିଲେ । ସେଠାରେ ଶ୍ରୀଜୀଉଙ୍କ ବରଯାତ୍ରୀଙ୍କୁ ଅପେକ୍ଷା କରିଥିବା ଜନକନନ୍ଦିନୀ ଜାନକୀଙ୍କ କନ୍ୟାଯାତ୍ରୀ ଦଳରେ ବିଜେ ପ୍ରଭୁ ରାମେଶ୍ୱର, ବେଦଜ୍ଞ ପଣ୍ଡିତ, ପୂଜକ, ସେବାୟତ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ସମ୍ମାନର ସହିତ ଜ୍ୱାଇଁପୁଅ ଶ୍ରୀରାମଙ୍କୁ ବାଟବରଣ କରି ବିବାହମଣ୍ଡପକୁ ପାଛୋଟି ନେଇଥିଲେ । ବେଦଜ୍ଞ ପଣ୍ଡିତଙ୍କ ଦ୍ୱାରା ମନ୍ତ୍ର ପାଠ ସହ ବୈଦିକ ରୀତିରେ ଶ୍ରୀରାମଚନ୍ଦ୍ର ଓ ସୀତାଦେବୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହୋଇଥିଲା । ବରଯାତ୍ରୀ ଓ କନ୍ୟାଯାତ୍ରାରେ ସାମିଲ ଥିବା ସମସ୍ତ ଅତିଥିଙ୍କୁ ପ୍ରଶାସନ ତରଫରୁ ପ୍ରସାଦ ଆଦି ଆତିଥେୟତା ପ୍ରଦାନ କରାଯାଇଥିଲା । ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବ ଦର୍ଶନ କରିବା ନିମନ୍ତେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଷଷ୍ଠ ଦିବସ ଅବସରରେ ପିତୃସତ୍ୟ ପାଳନ ଉଦ୍ଦେଶ୍ୟରେ ବନଗମନ କରୁଥିବା ଦୃଶ୍ୟରେ ଭଗବାନ ଶ୍ରୀରାମଙ୍କୁ ଭକ୍ତମାନେ ଶୁକ୍ରବାର ଦର୍ଶନ କରିବେ । ମନ୍ଦିର ପରିଚାଳକ ଜିତେନ୍ଦ୍ର କୁମାର ମିଶ୍ରଙ୍କ ସହିତ ପୂଜକ ପରିଷଦର କର୍ମକର୍ତ୍ତା ଓ ମନ୍ଦିର ପରିଚ୍ଛା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri