ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮ା୮(ସ୍ବ.ପ୍ର.)-ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପର ଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ ଛାଇ ଯାଇଛି ା ତେବେ ଏହି କଳାକୃତିକୁ ତିଆରି କରିଛନ୍ତି ଓଡ଼ିଶାର ଜଣେ ଯୁବକ। ସେ ହେଉଛନ୍ତି ସୁମିତ୍‌ ଦ୍ୱିବେଦୀ। ସେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରେ ଶେଷ ବର୍ଷ ମାଇନିଂ ଇଞ୍ଜିନିୟରିଂ ଛାତ୍ର ା ତାଙ୍କ ଘର ପଶ୍ଚିମଓଡ଼ିଶାର ଦେବଗଡ ସହରରେ।
ଏହି କଳାକୃତିକୁ ୪୮୬ଟି ରୁବିକ୍‌ସ କ୍ୟୁବ୍‌ରେ ତିଆରି କରିଥିବା ସୁମିତ୍‌ କହିଛନ୍ତି। ଏଥିପାଇଁ ତାଙ୍କୁ ୩ ଦିନ ସମୟ ଲାଗିଥିଲା। ମାଇନିଂ ଇଞ୍ଜିନିୟର ହେବାକୁ ଆଶା ରଖିଥିବା ସୁମିତ୍‌ ଏହି ଅନନ୍ୟ ଚିତ୍ରକଳାକୁ ଛାଡ଼ିବାକୁ ଚାହାନ୍ତି ନାହିଁ ା ଏହି କଳାକୃତି ବହୁତ କମ୍‌ କଳାକାର କରିଥାନ୍ତି। ବରଗଡରେ ଏକ ଘରୋଇ ବିଦ୍ୟାଳୟରେ ଯୁକ୍ତ ୨ ପଢୁଥିବା ବେଳେ ଜଣେ ଜୁନିୟର ଛାତ୍ରଙ୍କ ପ୍ରେରଣାରେ ସେ ଏହି କ୍ୟୁବ୍‌ରେ ଖେଳିବା ଆରମ୍ଭ କରିଥିଲେ। କିନ୍ତୁ ଗତ ୩ ମାସ ହେଲା ଏହି ରୁବିକ୍‌ସ କ୍ୟୁବରେ ଚିତ୍ର କରିବା ଆରମ୍ଭ କରିଥିଲେ। ଏହା ବ୍ୟୟବହୁଳ। ପକେଟ୍‌ ଖର୍ଚ୍ଚରୁ ୧୪୬ଟି ରୁବିକ୍‌ସ କ୍ୟୁବ୍‌ କିଣି ପ୍ରଥମେ ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଚିତ୍ର ପ୍ରସ୍ତୁତ କରିଥିଲେ। ଏହାପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କ୍ରିକେଟିୟର ଏମ୍‌.ଏସ୍‌. ଧୋନୀଙ୍କ ଚିତ୍ର କରିଥିଲେ। ଇତିମଧ୍ୟରେ ୫୦୦ ରୁବିକ୍‌ସ କ୍ୟୁବ୍‌ ନୂଆଦିଲ୍ଲୀରୁ ମଗାଇ ସେଥିରେ ଅଭିନେତା ପ୍ରଭାସଙ୍କ ଚିତ୍ର ଆଙ୍କି ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ତାହା ବିଶେଷ କରି ଦକ୍ଷିଣ ଭାରତରେ ଅଧିକ ଭାଇରାଲ ହୋଇଥିଲା ା ସେଠାକାର ନ୍ୟୁଜ୍‌ ଚ୍ୟାନେଲ ଓ ପତ୍ରପତ୍ରିକାରେ ତାହା ପ୍ରକାଶ ପାଇଥିବାରୁ ସୁମିତ୍‌ ବେଶ୍‌ ଖୁସି ବ୍ୟକ୍ତ କରିଛନ୍ତି। ତାଙ୍କ ବାପା ସୁଦାମ ଚରଣ ଦ୍ୱିବେଦୀ ପେସାରେ ଜଣେ ଠିକାଦାର ହୋଇଥିବା ବେଳେ ମା’ ସାବିତ୍ରୀ ହେଉଛନ୍ତି ଜଣେ ଗୃହିଣୀ ା
ଆଗକୁ ୨୦ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ଚିତ୍ର ଆଙ୍କିବା ପାଇଁ ଯୋଜନା ପ୍ରସ୍ତୁତ କରିଥିବା ସୁମିତ୍‌ କହିଛନ୍ତି। ତେବେ ତାଙ୍କୁ ଏକ ନୂଆ ପରିଚୟ ଦେଇଥିବା ପ୍ରଭାସଙ୍କ ଚିତ୍ରକୁ ସେ ସାଇତି ରଖିବେ। ଏଣୁ ସେ ଅଧିକ ରୁବିକ୍‌ସ କ୍ୟୁବ୍‌ କିଣି ସେଥିରେ ଚିତ୍ର କରିବେ ବୋଲି କହିଛନ୍ତି। ଇଟାଲୀର ଜଣେ ରୁବିକ୍‌ସ କ୍ୟୁବ୍‌ ଚିତ୍ରକାରଙ୍କ ଦ୍ୱାରା ପ୍ରଭାବିତ ହୋଇଥିବା ସୁମିତ୍‌ ଓଡ଼ିଶା ପାଇଁ ଅଧିକ ଗୌରବ ଆଣିବା ପାଇଁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri