ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍‌ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରୁପ୍ପା ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି ଯେ, ଲୋକଙ୍କ ଖାଇବା, ରହିବା ଏବଂ ସ୍ବାସ୍ଥ୍ୟବସ୍ଥାକୁ ଗୁରୁତ୍ୱ ଦେବା ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ଓଡିଆ ଲୋକଙ୍କ ଆନୁସଙ୍ଗିକ ବ୍ୟବସ୍ଥା କରିବା ସହିତ ଉପଯୁକ୍ତ ଯତ୍ନ ନେବାର ପ୍ରତିଶ୍ରୁତି ଦେଇଛନ୍ତି। ଓଡିଶା ଭଉଣୀ, ଭାଇ ଏବଂ ଗୁରୁଜନମାନେ ଯେଉଁଠାରେ ଅଛନ୍ତି ସେଠାରେ ରୁହନ୍ତୁ। ସମ୍ପୃକ୍ତ ରାଜ୍ୟର ସରକାର ଏବଂ ଜିଲା ପ୍ରଶାସନ ସହ ଯୋଗସୂତ୍ରରେ ରହି ସବୁ ପ୍ରକାର ସହଯୋଗ ଲାଗି ପ୍ରୟାସ କରୁଛନ୍ତି। ଜଗନ୍ନାଥ ସମସ୍ତଙ୍କୁ ଭଲରେ ରଖିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri