ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଓଡିଆରେ ଟୁଇଟ୍‌ କରି ନୂଆଁଖାଇ ଜୁହାର ଜଣାଇଛନ୍ତି। ଏହି ଅବସରରେ ସମାଜର ସବୁବର୍ଗ ସହିତ ଚାଷୀଭାଇଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। ସମସ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଉନ୍ନତି ପାଇଁ ଭଗବାନଙ୍କ ନିକଟରେ ସେ ପ୍ରାର୍ଥନା କରିଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶାନ୍ତି, ମୈତ୍ରୀ ଓ ଆନନ୍ଦର ପର୍ବ ନୂଅଁାଖାଇ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟର କୃଷକ ଭଉଣୀ,ଭାଇଙ୍କ ସମୃଦ୍ଧି କାମନା କରିଛନ୍ତି। ଏହାସହ ସମଲେଇଙ୍କ ଆଶୀର୍ବାଦରୁ ଆମ ରାଜ୍ୟ ଓଡିଶା ଆହୁରି ପ୍ରଗତିଶୀଳ ହେବା ସହିତ ସମସ୍ତଙ୍କୁ ଆଉଥରେ ସେ ନୂଅଁାଖାଇ ଜୁହାର ଜଣାଇଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ନୂଆଁଖାଇ ହେଉଛି ଚାଷ ଆଧାରିତ ଏକ ଧାର୍ମିକ, ଆଧ୍ୟାତ୍ମିକ, ସାଂସ୍କୃତିକ, ସାମାଜିକ ମହାନ୍‌ ଲୋକପର୍ବ। ନୂଆ ଧାନକୁ ପୂଜା କରି ପରିବାର ସହ ମିଶି ଖାଇବାର ମହାନ୍‌ ପରମ୍ପରାର ପ୍ରତୀକ ହେଉଛି ଏହି ପର୍ବ। ପରିବାର ଓ ସମାଜର ସମସ୍ତଙ୍କୁ ଜୁହାର କରିବାର ଅବସର ହେଉଛି ନୂଆଁଖାଇ। ଆଜି ପରିବାର ଓ ସମାଜ ସହ ମିଳିମିଶି ରହିବାର ଧାରା ଦୁର୍ବଳ ହେବାରେ ଲାଗିଛି, ସେଥିଲାଗି ନୂଆଁଖାଇ ପର୍ବର ଆବଶ୍ୟକତା ବଢି ଯାଇଛି। ନୂଆଁଖାଇ ପରିବାର ଓ ସମାଜ ଭିତରେ ମିଳିମିଶି ରହିବା ଓ ଶାନ୍ତି, ସହଯୋଗ ଏବଂ ଭାଇଚାରାକୁ ମଜଭୁତ୍‌ କରିବାର ସନ୍ଦେଶ ଦେଉଛି। ଚାଷର ଉନ୍ନତି, ମା’ ମାଟିର ସୁରକ୍ଷା, ଘର ଦ୍ୱାରକୁ ସଫାସୁତୁରା ରଖିବା ଓ ପରିବାରର ସମସ୍ତଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦିଆଯାଉଥିବାରୁ ନୂଅଁାଖାଇ ପର୍ବ ସ୍ବତନ୍ତ୍ର ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri