ଓଡ଼ିଆ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ରକୁ ସର୍ବଭାରତୀୟ ସଫଳତା: ଚିତ୍ରଭାରତୀ ସମ୍ମାନ ପାଇଲା ‘ଶ୍ରୀକ୍ଷେତ୍ରରୁ ସାହିଜାତ’

କଟକ ଅଫିସ,୨୫ା୨- ଓଡ଼ିଆ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ‘ଶ୍ରୀକ୍ଷେତ୍ରରୁ ସାହିଜାତ’ ସର୍ବଭାରତୀୟ ସ୍ତରରେ ସଫଳତା ହାସଲ କରିଛି। ଏହି ଚଳଚ୍ଚିତ୍ରକୁ ମିଳିଛି ମର୍ଯ୍ୟାଦାଜନକ ‘ଚିତ୍ରଭାରତୀ ସମ୍ମାନ’। ଗୁଜରାଟର ଅହମ୍ମଦାବାଦ୍‌ଠାରେ ଗତ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଚିତ୍ର ଭାରତୀ ସିନେ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ଓଡ଼ିଶାର ଏହି ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ପ୍ରଥମ ସ୍ଥାନ ହାସଲ କରିଛି। ଫଳରେ ଏହି ଚଳଚ୍ଚିତ୍ରର ସଦସ୍ୟମାନଙ୍କୁ ବିଭିନ୍ନ ବର୍ଗରୁ ଏବେ ଶୁଭେଚ୍ଛାର ସୁଅ ଛୁଟିଛି।

ଓଡ଼ିଆ ମନୋରଞ୍ଜନ ଦୁନିଆ ପଛରେ ପଡ଼ିଛି ବୋଲି ଅଭିଯୋଗ ହେଉଥିବାବେଳେ ଏହାକୁ ଭୁଲ୍‌ ବୋଲି ପ୍ରମାଣିତ କରିଛନ୍ତି କେତେଜଣ ଯୁବ ପ୍ରତିଭା। ପୁରୀରେ ଜନ୍ମିତ ଆଶୁତୋଷ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ଚଳଚ୍ଚିତ୍ର ‘ଶ୍ରୀକ୍ଷେତ୍ରରୁ ସାହିଜାତ’ ନିର୍ମାଣ କରାଯାଇଛି। ୨୦୧୭ ଓ ୨୦୧୮ ମସିହାରେ ଚଳଚ୍ଚିତ୍ରର ଦୃଶ୍ୟଗୁଡ଼ିକ ସୁଟିଂ କରାଯାଇଥିଲା। ସାହିଜାତ ପରମ୍ପରାର ଦୃଶ୍ୟଗୁଡ଼ିକ ହିଁ ଚଳଚ୍ଚିତ୍ରର ପୃଷ୍ଠଭୂମି। ରାବଣ, ପର୍ଶୁରାମ, ନାଗା ଭଳି ଅନେକ ଚରିତ୍ର ସିନେମାରେ ପ୍ରଦର୍ଶନ କରାଯାଇଛି। ଭିଡ଼ ଭିତରେ ରହି ସିନେମା ନିମନ୍ତେ ଉପଯୋଗୀ ସଟ୍‌ ନେବା କଷ୍ଟକର ଥିଲା ବୋଲି ନିର୍ଦ୍ଦେଶକ ଆଶୁତୋଷ କହିଛନ୍ତି। ଏହି ସିନେମା ୧୯ମିନିଟ ୨୫ ସେକେଣ୍ଡ ବିଶିଷ୍ଟ। ଭୁବନେଶ୍ୱରର ସୌମ୍ୟ ମହାନ୍ତି ଚିତ୍ରୋତ୍ତୋଳନ ଦାୟିତ୍ୱରେ ଥିବାବେଳେ କଟକର ବିଶ୍ୱଜିତ ପାଇଟାଲ୍‌ ସମ୍ପାଦନା ଓ ପାରଗ ବେହେରା ସାଉଣ୍ଡ ଡିଜାଇନ୍‌ ଦାୟିତ୍ୱ ତୁଲାଇଥିଲେ। ଉତ୍ସବରେ ଦେଶର ମୋଟ୍‌ ୪୩୫ ଚଳଚ୍ଚିତ୍ର ପ୍ରତିଯୋଗିତାକୁ ଓହ୍ଲାଇଥିଲା। ପରେ ୨୩ଟି ଚଳଚ୍ଚିତ୍ର ୬ଟି ବିଭାଗରେ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଥିଲା। ଏଥି ମଧ୍ୟରୁ ‘ଶ୍ରୀକ୍ଷେତ୍ରରୁ ସାହିଜାତ’ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri