ଓଡ଼ିଆ ଧାରାବାହିକରୁ ୨ୟ ଇନିଂସ ଆରମ୍ଭ କରିବେ ରଚନା ବାନାର୍ଜୀ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ଓଡ଼ିଆ ଏବଂ ବଙ୍ଗଳା ଫିଲ୍ମ ଇଣ୍ଡଷ୍ଟ୍ରିର ଚିରସବୁଜ ଅଭିନେତ୍ରୀ ରଚନା ବାନାର୍ଜୀଙ୍କୁ ପ୍ରଥମଥର ପାଇଁ ଦେଖିବାକୁ ମିଳିବ ଟେଲିଭିଜନ୍‌ ପରଦାରେ। ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣିଥରେ ଓଡ଼ିଆ ଦର୍ଶକଙ୍କ ପାଇଁ ପରଦାକୁ ଫେରିବେ ରଚନା। ସିନେମାରେ ନୁହେଁ, ବରଂ ଏକ ଓଡ଼ିଆ ମେଗା ଧାରାବାହିକରେ ସେ ନଜରକୁ ଆସିବେ। ‘ଜୀ ସାର୍ଥକ’ରେ ପ୍ରତି ସୋମବାରରୁ ଶନିବାର ରାତି ୮ଟା ୩୦ରେ ପ୍ରସାରିତ ମେଗା ଧାରାବାହିକ ‘ସର୍‌ଗମ୍‌’ରେ ରଚନାଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଏକ ସଂଗୀତଭିିତ୍ତିକ ପ୍ରେମ କାହାଣୀକୁ ନେଇ ଆଧାରିତ ଧାରାବାହିକ ‘ସର୍‌ଗମ୍‌’ ମାଧ୍ୟମରେ ରଚନାଙ୍କର ଏହି ଏଣ୍ଟ୍ରି ଏବେ ଚାରିଆଡ଼େ ଚର୍ଚ୍ଚାର ବିଷୟ ପାଲଟିଛି। ୧୯୯୪ରୁ ୨୦୦୯ ପର୍ଯ୍ୟନ୍ତ ଦୀର୍ଘ ୧୫ବର୍ଷ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ନିଜ କବ୍‌ଜାରେ ରଖିଥିବା ରଚନାଙ୍କ ଏକ ନିର୍ଦ୍ଦିଷ୍ଟ ପ୍ରଶଂସକ ଗୋଷ୍ଠୀ ଥିବାବେଳେ ତାଙ୍କର ଏହି ଦ୍ୱିତୀୟ ଇନିଂସକୁ ନେଇ ପ୍ରଶଂସକଙ୍କ ମହଲରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ରଚନାଙ୍କୁ ନେଇ ସୁଟ୍‌ ହୋଇଥିବା ‘ସର୍‌ଗମ୍‌’ର ପ୍ରୋମୋ ନିକଟରେ ରିଲିଜ୍‌ ହୋଇସାରିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ରଚନା କେବଳ ଏଥିରେ ଅଭିନୟ କରିବେନି, ବରଂ ଜବରଦସ୍ତ ଡାଏଲଗ୍‌ କହିବା ସହ ସ୍କ୍ରିନ୍‌ରେ ଗୀତ ମଧ୍ୟ ଗାଇବେ। ବର୍ତ୍ତମାନର ଯୁବପିଢିର କଳାକାରଙ୍କୁ ଦେଖି ନିଜର କିଛି ପୁରୁଣା ସ୍ମୃତି ତାଜା ହେଇଯାଇଥିବା ରଚନା କହିଥିବାବେଳେ ଏତେ ଦିନ ପରେ ପୁଣି ଓଡ଼ିଆ ଦର୍ଶକଙ୍କ ପାଖକୁ ଫେରୁଥିବାରୁ ସେ ବହୁତ ଖୁସି ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri