ଓଡ଼ିଆ ପୁଅ ୟଶ୍‌ଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ପୁଅ ୟଶ୍‌ ମିଶ୍ର। ଭୁବନେଶ୍ବର ବାସିନ୍ଦା ୟଶ୍‌ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ୟଶ୍‌ଙ୍କ ସମେତ ଅନ୍ୟ ପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ଅଧ୍ୟୟନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ୟଶ୍‌ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଥିଲେ। ତାଙ୍କୁ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ସହ ମେଡାଲ, ଟାବଲେଟ୍‌, ପ୍ରମାଣପତ୍ର ଏବଂ ଏକ ପ୍ରଶଂସାପତ୍ର ମିଳିଛି। ଡିଏଭି ଚନ୍ଦ୍ରଶେଖରପୁରରେ ପଢ଼ା ସାରି ୟଶ୍‌ ଏବେ ରାଜସ୍ଥାନ କୋଟାର ସାର୍‌ ପଦମ୍‌ପାଟ୍‌ ସିଙ୍ଘାଣିଆ ସ୍କୁଲରେ ପଢ଼ୁଛନ୍ତି। ସେ ପୂର୍ବରୁ ସିଙ୍ଗାପୁର ଏସିଆନ୍‌ ମ୍ୟାଥେମେଟିକ୍ସ ଅଲିମ୍ପିଆଡ୍‌ରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ସେ ବିଭିନ୍ନ ପ୍ରତିଯୋଗିତାରେ ୪୦୦ ପୁରସ୍କାର ପ୍ରାପ୍ତ କରିଥିବାବେଳେ ୨୦୦ ପଦକ ହାସଲକରି ସାରିଛନ୍ତି। ଉଲ୍ଲେଖଯୋଗ୍ୟ, ବୁଧବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ଗ୍ରହଣ ଅବସରରେ ରାଷ୍ଟ୍ରପତିଙ୍କ ସହ ୟଶ୍‌। ପ୍ରଦାନ କରାଯାଇଛି। ସମାଜସେବା, କଳା, ସଂସ୍କୃତି ଓ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ଓ ଉଲ୍ଲେଖନୀୟ କୃତିତ୍ୱ ପାଇଁ ଛାତ୍ରୀଛାତ୍ରଙ୍କୁ ଏହି ସମ୍ମାନ ଦିଆଯାଇଥାଏ। ୟଶ୍‌ଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ ଯୋଗେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri