ଓଡ଼ିଆ ଭାଷାର ଧ୍ରୁବତାରା ଫକୀରମୋହନ

ବାଲେଶ୍ୱର ଅଫିସ,୧୭।୧-ବାଲେଶ୍ୱର କବିତୀର୍ଥ ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ତରଫରୁ ୩ଦିନ ଧରି ପାଳିତ ହୋଇଆସୁଥିବା ଫକୀରମୋହନ ଜୟନ୍ତୀ ଶେଷ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ପରିଷଦର ଉପସଭାପତି ଦୀନବନ୍ଧୁ ଲେଙ୍କା ସଭାପତିତ୍ୱ କରିଥିଲେ।
ମୁଖ୍ୟବକ୍ତା ଭାବେ ବିଶିଷ୍ଟ କଥାକାର ନିବାରଣ ଜେନା ଯୋଗଦେଇ ଯେକୌଣସି ଦୃଷ୍ଟାନ୍ତ ବିନା ଫକୀରମୋହନ ସାଧାରଣ ଭାଷାରେ ସଂସ୍କାରମୂଳକ ସାହିତ୍ୟ ସର୍ଜନା କରିଥିଲେ। ଯେ ପର୍ଯ୍ୟନ୍ତ ଓଡ଼ିଆ ସାହିତ୍ୟ, ଓଡ଼ିଶା ପ୍ରଦେଶ, ଓଡ଼ିଶାବାସୀ ଥିବେ ସେପର୍ଯ୍ୟନ୍ତ ଫକୀରମୋହନ ଅମର ରହିବେ। ସମ୍ମାନିତ ଅତିଥି ଭାବରେ ସାହିତି୍ୟକ ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ଯୋଗଦେଇ ଫକୀରମୋହନଙ୍କ ବହୁ ଦୁର୍ମୂଲ୍ୟ ଲେଖା ଏଯାବତ ପ୍ରକାଶିତ ହୋଇନାହଁି। ସାହିତ୍ୟ ପରିଷଦ ତରଫରୁ ପାଳିତ ଏହି ଜୟନ୍ତୀ ଉତ୍ସବ ଫକୀରମୋହନ ସାହିତ୍ୟର ବହୁ ନୂତନ ଦିଗନ୍ତ ଉନ୍ମୋଚନର ଭିତ୍ତିପ୍ରସ୍ତର ସ୍ଥାପନ କରିଛି। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲା ସଂସ୍କୃତି ଅଧିକାରୀ ମନସ୍ବିନୀ ରାଉତ ଯୋଗଦେଇ ଫକୀରମୋହନ ଓଡ଼ିଆ ଭାଷାର ଧ୍ରୁବତାରା। ସେ ତତ୍କାଳୀନ ସମୟର ଓଡ଼ିଶାର ସାମାଜିକ ସ୍ଥିତି, ଅର୍ଥନୈତିକ ସ୍ଥିତି ଓ ଶୋଷଣକୁ ଖୁବ୍‌ ନିର୍ଭୀକ ଭାବରେ ଉପସ୍ଥାପନ କରିଛନ୍ତି। ଅତିଥି ଭାବେ ପୂର୍ବତନ ନଗରପାଳ ଆଲୋକ କୁମାର ସାହୁ ଯୋଗଦେଇ ଫକୀରମୋହନ ଓ ଫକୀରମୋହନ ସାହିତ୍ୟ ପରିଷଦର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିବା ସହିତ ପରିଷଦର ପତାକାକୁ ଅବତରଣ କରିଥିଲେ। ପରିଷଦ ସମ୍ପାଦକ ଡା. କୁମାର ଗୋପାଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକାରୀ ସମ୍ପାଦକ ଡ. ସାରଙ୍ଗଧର ତ୍ରିପାଠୀ ଅତିଥିଙ୍କୁ ମଞ୍ଚକୁ ଆହ୍ବାନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ଶିଳ୍ପୀ ସଞ୍ଜୟ ରାଉଳ ଚକଖଡ଼ିରେ ଫକୀରମୋହନଙ୍କ ମୂର୍ତ୍ତି ଖୋଦିତ କରି ଅତିଥିଙ୍କୁ ପ୍ରଦାନ କରିଥିଲେ। ତତ୍‌ସହିତ ପ୍ରଫେସର ଡ. କରୁଣାକର ଦାସଙ୍କ ‘ଶ୍ରୀଧର ସ୍ବାମୀଙ୍କ କୃତ କାର୍ତ୍ତିକ ଭାଷ୍ୟର ଓଡ଼ିଆ ଅନୁବାଦ ସହ ଶ୍ରୀ ଶ୍ରୀ ବିଷ୍ଣୁପୁରାଣ’ ପୁସ୍ତକ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। କୋଷାଧ୍ୟକ୍ଷ ତପନ ରାୟ ଓ ଉପସଭାପତି ପ୍ରଦୀପ ଚାଟାର୍ଜୀ ଉଦ୍‌ଯାପନୀ ଉତ୍ସବ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri