ଓଡ଼ିଆ ଭାଷା ପ୍ରତିଷ୍ଠାନ ନିର୍ଦ୍ଦେଶିକା ହେଲେ ଭାଗ୍ୟଲିପି ମଲ୍ଲ : ବିଜୟ ଜେନା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର, ୩୧ା୩ (ବ୍ୟୁରୋ) – ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଭାବେ ରାଜ୍ୟ ସଂଗ୍ରହାଳୟର କ୍ୟୁରେଟର ଡ. ଭାଗ୍ୟଲିପି ମଲ୍ଲଙ୍କୁ ନିଯୁକ୍ତି ମିଳିଛି। ସେ ରାଜ୍ୟ ସଂଗ୍ରହାଳୟ ସହ ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିଭଳି ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଅଧ୍ୟାପକ ତଥା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ପୂର୍ବତନ ସଚିବ ଡ. ବିଜୟ କୁମାର ଜେନାଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ଉଭୟ ପଦବୀରେ ଥିବା ଡ. ତମସାରାଣୀ ଦାସମହାପାତ୍ର ସୋମବାର ଅବସର ଗ୍ରହଣ କରିଥିବାରୁ ବିଭାଗ ପକ୍ଷରୁ ଏହି ନୂଆ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ପୂର୍ବରୁ ରାଜ୍ୟ ଅଭିଲେଖାଗାର ଅଧୀକ୍ଷିକା ଦାୟିତ୍ୱ ତୁଲାଇଥିବା ଡ. ମଲ୍ଲ ସ୍ତମ୍ଭ ସହ ଏକାଧିକ ପୁସ୍ତକ ରଚନା କରିଛନ୍ତି। ଆଗାମୀ ଦିନରେ ସେ ଓଡ଼ିଆଭାଷା ପ୍ରତିଷ୍ଠାନ ଦ୍ୱାରା ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ସହ ସରକାରଙ୍କ ସହଯୋଗକ୍ରମେ ଓଡ଼ିଆ ଭାଷାର ଉନ୍ନତି ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି। ଅନ୍ୟପକ୍ଷରେ ୨୦୦୨ ଡିସେମ୍ବର ୨୬ରୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡ଼ିଶୀ କଣ୍ଠ ସଙ୍ଗୀତ ବିଭାଗର ଅଧ୍ୟାପକ ଭାବେ ଶିକ୍ଷାଦାନ କରୁଥିବା ଗୁରୁ ଡ. ବିଜୟ କୁମାର ଜେନା ଓଡ଼ିଶୀ କଣ୍ଠ ସଙ୍ଗୀତ ଜଗତରେ ଜଣେ ପରିଚିତ ଚେହେରା। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଭାବେ ଦାୟିତ୍ୱ ତୁଲାଇଛନ୍ତି। ସୋମବାର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷଭାବେ ନିଯୁକ୍ତ ହେବାପରେ ତାଙ୍କ ଉପରେ ନ୍ୟସ୍ତ କରାଯାଇଥିବା ଏଭଳି ଏକ ଗୁରୁଦାୟିତ୍ୱକୁ ସଫଳ ଭାବେ ନିର୍ବାହ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri