ଓଡ଼ିଆ ସଂସ୍କୃତି, ପରମ୍ପରା ସମ୍ପର୍କରେ ଜାଣିଲେ ୭ ଦେଶର ପ୍ରତିନିଧି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଭାରତୀୟ କଳା, ସଂସ୍କୃତି, ପରମ୍ପରା ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଅବଗତ ହେବାକୁ ୭ ରାଷ୍ଟ୍ରରୁ ଭାରତ ଆସିଥିବା ୩୨ଜଣିଆ ମହିଳା ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେମାନେ ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷାବିତ୍‌ ଏବଂ ଗୃହିଣୀମାନଙ୍କ ସହ ଭାବର ଆଦାନପ୍ରଦାନ କରିଥିଲେ। ‘ବସୁଧୈବ କୁଟୁମ୍ବକମ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନେ ଏହି ଭ୍ରମଣ କରୁଥିବାବେଳେ ଭୁବନେଶ୍ୱରଠାରେ ସେମାନେ ବିଭିନ୍ନ ପରିବାର ସହ ସମୟ ଅତିବାହିତ କରି ଓଡ଼ିଆ ସଂସ୍କୃତି ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଜାଣିବାକୁ ପାଇଥିଲେ। ନୂଆଦିଲ୍ଲୀ ଓ ଜୟପୁର ପରେ ଭୁବନେଶ୍ୱର ଏବଂ ପରେ ସେମାନେ ବାଙ୍ଗାଲୋର ଓ ପୁଣେ ଯାଇ ସେଠାରୁ ନିଜ ନିଜ ଦେଶକୁ ଫେରିଯିବେ। ଫାଉଣ୍ଡେଶନ ଫର୍‌ ହୋଲିଷ୍ଟିକ୍‌ ଡେଭଲପମେଣ୍ଟ ଇନ୍‌ ଏକାଡେମିକ୍‌ ଫିଲ୍ଡ(ଏଫ୍‌ଏଚ୍‌ଡିଏଏଫ୍‌) ସହ ଇନ୍ଦିରାଗାନ୍ଧୀ ନ୍ୟାଶନାଲ ସେଣ୍ଟର ଫର୍‌ ଆର୍ଟସ, ଭାରତୀୟ ଶିକ୍ଷାମଣ୍ଡଳ ଏବଂ ବିଶ୍ୱଗ୍ରାମର ମିଳିତ ଆୟୋଜନରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା। ଏଫ୍‌ଏଚ୍‌ଡିଏଏଫ୍‌ ଅଧ୍ୟକ୍ଷା ମାଧୁରୀ ସହସ୍ରବୁଦ୍ଧେ କାର୍ଯ୍ୟକ୍ରମରେ ଯୋଗଦେଇ ମା’ ମାନେ ଚାହିଁଲେ ସମାଜକୁ ପରିବର୍ତ୍ତନ କରିପାରିବେ ବୋଲି କହିଥିଲେ। ଏହି ଅବସରରେ ସୋଆ କୁଳପତି ପ୍ରଫେସର ଅମିତ ବାନାର୍ଜୀ, ସୋଆ ଆଡ୍‌ଭାଇଜରି ବୋର୍ଡ ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ସୋଆ ମେଡିକାଲ ପ୍ରୋଗ୍ରାମ ନିର୍ଦ୍ଦେଶକ ପ୍ରଫେସର ଅଶୋକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri