Posted inଖେଳ

ଓଡ଼ିଆ ହକି ତାରକା ସୁନୀତା ଲାକ୍ରାଙ୍କ ଅବସର

ନୂଆଦିଲ୍ଲୀ, ୨।୧ (ପି.ଟି.)- ଭାରତୀୟ ମହିଳା ହକି ଦଳର ଷ୍ଟାର୍‌ ଖେଳାଳି ତଥା ଓଡ଼ିଆ ଡିଫେଣ୍ଡର୍‌ ସୁନୀତା ଲାକ୍ରା ଗୁରୁବାର ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ଆଣ୍ଠୁଜନିତ ସମସ୍ୟା ଯୋଗୁ ଆଉ ଏକ ଅସ୍ତ୍ରୋପଚାରର ସମ୍ମୁଖୀନ ହେବାକୁ ଯାଉଥିବା ସୁନୀତା ୨୦୧୮ ଏସିଆନ୍‌ ଗେମ୍ସ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ରହିଥିଲେ। ଚଳିତ ବର୍ଷ ଟୋକିଓ ଅଲିମ୍ପିକ୍ସରେ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାର ସ୍ବପ୍ନ ରହିଥିଲେ ମଧ୍ୟ ଆଘାତଜନିତ ସମସ୍ୟା ଏଥିରେ ବାଧକ ସୃଷ୍ଟି କଲା ବୋଲି ୨୮ ବର୍ଷୀୟା ଏହି ରାଜଗାଙ୍ଗପୁର ଖେଳାଳି କହିଛନ୍ତି।
ହକିରୁ ଅବସର ନେବାକୁ ନିଷ୍ପତ୍ତି ନେଇଥିବାରୁ ଆଜି ମୋ ପାଇଁ ଏକ ଭାବବିହ୍ବଳର ଦିନ। ୨୦୦୮ରୁ ଭାରତୀୟ ମହିଳା ହକି ଦଳ ସହ ମୁଁ ଏହି ଚମତ୍କାର ଯାତ୍ରାରେ ସାମିଲ ରହିଥିଲି। ଏହି ଯାତ୍ରା ମଧ୍ୟରେ ଆମେ ଅନେକ ସଫଳତା ଓ ବିଫଳତାର ସାମ୍ନା କରିଛୁ କିନ୍ତୁ ଗୋଟିଏ ୟୁନିଟ୍‌ ରୂପେ ପରସ୍ପର ସହ ଏକାଠି ବନି ରହିଛୁ। ଦେଶ ପାଇଁ ସଫଳତା ଆଣିବା ଲାଗି ଏହା ଆମକୁ ମଜଭୁତ ରଖିବା ସହ ଲଢ଼େଇ କରିବାକୁ ଶକ୍ତି ଓ ପ୍ରେରଣା ଦେଇଥିଲା’ ବୋଲି ସୁନୀତା କହିଛନ୍ତି। ‘୨୦୧୬ ରିଓ ଅଲିମ୍ପିକ୍ସ ଖେଳିଥିବାରୁ ବହୁତ ଭାଗ୍ୟଶାଳୀ ରହିଥିଲି। ତିନି ଦଶନ୍ଧି ପରେ ଅଲିମ୍ପିକ୍ସରେ ଭାରତର ଏହା ପ୍ରଥମ ଅଂଶଗ୍ରହଣ ରହିଥିଲା। ଭାରତୀୟ ମହିଳା ହକି ପାଇଁ ଏହା ଐତିହାସିକ ମୁହୂର୍ତ୍ତ ଥିଲା ବୋଲି ମୋତେ ଅନେକ କହିଥିଲେ। କିନ୍ତୁ ମୋର ବିଶ୍ୱାସ ରହିଛି ଏହି ଟିମ୍‌ ଆହୁରି ଅଧିକ କିଛି ହାସଲ କରିପାରିବ। ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଦଳର ସଦସ୍ୟା ହେବାକୁ ଲକ୍ଷ୍ୟ ରଖିଥିଲି। କିନ୍ତୁ ଆଣ୍ଠୁ ସମସ୍ୟା ମୋ ସ୍ବପ୍ନକୁ ଛୋଟ କରିଦେଲା’ ବୋଲି ଅବସର ଘୋଷଣା ଅବସରରେ ସୁନୀତା ଏହା ପ୍ରକାଶ କରିଛନ୍ତି।
ଆହୁରି ମଧ୍ୟ କହିଛନ୍ତି ଯେ, ‘ଆଗାମୀ ଦିନରେ ଆଉ ଏକ ଆଣ୍ଠୁ ଅସ୍ତ୍ରୋପଚାର ଆବଶ୍ୟକତା ରହିଛି ବୋଲି ଡାକ୍ତର ମୋତେ କହିଲେ। ଏଥିରୁ ପୁରା ସୁସ୍ଥ ହେବାକୁ ମୋତେ କେତେ ସମୟ ଲାଗିବ ତାହା ମୁଁ ନିଶ୍ଚିତ ନୁହେଁ। କିନ୍ତୁ ଅସ୍ତ୍ରୋପଚାର ପରେ ଘରୋଇ ହକି ଓ ମୋତେ ଚାକିରି ଦେଇ କ୍ୟାରିୟର ଗଢ଼ିତୋଳିବାରେ ସମର୍ଥନ କରିଥିବା ନାଲକୋ ପକ୍ଷରୁ ଖେଳିବି। ଖେଳରେ ମୁଁ ବହୁତ ବାଟ ଯାତ୍ରା କରିସାରିଲିଣି ଏବଂ ଭାରତୀୟ ଦଳ ସହ ବିତେଇଥିବା କିଛି ସ୍ମରଣୀୟ ମୁହୂର୍ତ୍ତ ସାଥୀରେ ନେଇ ଯାଉଛି’।
ଓଡ଼ିଶା ସରକାରଙ୍କୁ ଧନ୍ୟବାଦ-
ମୋ ସାଥୀ ଖେଳାଳି, ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ ଓ ଟିମ୍‌ ସପୋର୍ଟ ଷ୍ଟାଫ୍‌ଙ୍କୁ ଧନ୍ୟବାଦ ଦେବି। ଆହତ ସମୟରେ ମୋତେ ଶ୍ରେଷ୍ଠ ଚିକିତ୍ସା ଯୋଗାଇ ଦେବା ସହ ମହିଳା ହକିକୁ ଅଦ୍ୱିତୀୟ ସମର୍ଥନ କରିଥିବାରୁ ହକି ଇଣ୍ଡିଆକୁ ହୃଦୟରୁ ଧନ୍ୟବାଦ ଦେବାକୁ ଚାହୁଁଛି। ଏଥିସହ କ୍ରୀଡ଼ା ଓ ଯୁବସେବା ବିଭାଗ (ଭାରତ ସରକାର), ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ସହିତ ସର୍ବଦା ଆମକୁ ପ୍ରୋତ୍ସାହିତ କରିବା ସହ ସମର୍ଥନ ପ୍ରଦାନ କରିଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେବାକୁ ଚାହିଁବି। ଓଡ଼ିଶାରେ ମୋ ପରିବାର, ସ୍ବାମୀ ଓ ବନ୍ଧୁମାନେ ମୋର ସବୁଠାରୁ ଶକ୍ତିଶାଳୀ ସମର୍ଥକ ରହିଛନ୍ତି। ହକିରେ ମୋର ଲକ୍ଷ୍ୟକୁ ଆଗକୁ ବଢ଼ାଇବାରେ ସହାୟତା କରିଥିବାରୁ ସେମାନଙ୍କୁ ମଧ୍ୟ ଦେବାକୁ ଚାହିଁବି। ସେମାନଙ୍କ ପ୍ରୋତ୍ସାହନ ବିନା ମୁଁ ଏତେ ବାଟ ଆସିପାରି ନ ଥାନ୍ତି ବୋଲି ଭାତୀୟ ହକିର ଏହି ଅଭିଜ୍ଞ ଖେଳାଳି କହିଛନ୍ତି। ୨୦୦୯ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ସୁନୀତା ଭାରତ ପକ୍ଷରୁ ୧୩୯ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri