ଓଡ଼ିଶାକୁ ଜଗନ୍ନାଥ ଭରସା: ନିରଞ୍ଜନ

ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟ ସ୍ଥିତିକୁ ଦେଖିଲେ ବର୍ତ୍ତମାନ ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି। ସରକାର କିଭଳି କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ତାହା କିଛି ବୁଝି ପାରୁନି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ନିରଞ୍ଜନ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛନ୍ତି ଯେ, ଓଡ଼ିଶାକୁ ଏବେ ଜଗନ୍ନାଥ ହିଁ ଭରସା। କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ବର୍ତ୍ତମାନ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଯେଉଁମାନେ କ୍ୱାରାଣ୍ଟାଇନ୍‌ରୁ ବାହାରୁଛନ୍ତି, ସେମାନଙ୍କୁ ୨ହଜାର ଟଙ୍କା ଦିଆଯାଉନାହିଁ। ଯେଉଁ ପ୍ରବାସୀ ଫେରୁଛନ୍ତି, ସେମାନଙ୍କୁ ସରକାର ଚାଉଳ, ଡାଲି ଦେବେ ବୋଲି କହିଥିଲେ ହେଁ ତାକୁ ମଧ୍ୟ କଲେନାହିଁ। ବିମାନ ଏବଂ ଟ୍ରେନ୍‌ ଆସୁଥିଲେ ମଧ୍ୟ ସରକାର ଏନେଇ ଜାଣିପାରୁ ନ ଥିବାବେଳେ ଖବର ମଧ୍ୟ ଦିଆଯାଉନାହିଁ। ଏବେ କ୍ୱାରାଣ୍ଟାଇନ୍‌ରେ ରହିବା ଅବଧି ୨୧ଦିନ ପରିବର୍ତ୍ତେ ୭ ଦିନ କରାଗଲା। କରୋନା ମୁକାବିଲା ନେଇ ସରକାର ଏକ ପ୍ରକାର ହାତ ଟେକିଦେଲେଣି। ପ୍ରଶାସନ କ’ଣ କରିବାକୁ ଚାହୁଁଛି କିଛି ବୁଝାପଡୁନି। ଗୁଜରାଟକୁ ମଡର୍ନ ରାଜ୍ୟ କୁହାଯାଉଥିଲା, ହେଲେ ସେଠାକାର ପରିସ୍ଥିତି ସମାନ। ଆମ ପାଇଁ କେବଳ ଜଗନ୍ନାଥ ହିଁ ଭରସା ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri