ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଏହାସହ ମୋଦି ସରକାର ଓଡ଼ିଶାବାସୀଙ୍କ ପାଇଁ ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି ବୋଲି ସାମାଜିକ ଗଣମାଧ୍ୟମ ଜରିଆରେ ଧର୍ମେନ୍ଦ୍ର କହିଛନ୍ତି। ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି, ବାତ୍ୟା ‘ଫନୀ’ ଦ୍ୱାରା ପ୍ରଭାବିତ ଓଡ଼ିଶାର ଲୋକଙ୍କ ପାଇଁ ରିଲିଫ୍‌ ଓ ପୁନଃ ଥଇଥାନ ଲାଗି ରାଷ୍ଟ୍ରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନ୍‌ଡିଆର୍‌ଏଫ୍‌)ରୁ ୩୩୩୮.୨୨ କୋଟି ଟଙ୍କା ମଞ୍ଜୁରୀ କାମକୁ ତ୍ୱରାନ୍ବିତ କରିବ। କେନ୍ଦ୍ର ସରକାରଙ୍କ ଏହି ଆର୍ଥିକ ସହାୟତା ପୂର୍ବାପେକ୍ଷା ଅଧିକ। ସାମୁଦ୍ରିକ ବାତ୍ୟା ‘ଫନୀ’ ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାରଙ୍କୁ ୩୪୦ କୋଟି ଟଙ୍କାର ଅଗ୍ରିମ ରାଶି କେନ୍ଦ୍ର ତରଫରୁ ପ୍ରଦାନ କରାଯାଇଥିଲା ା ଗତ ମେ ୬ ତାରିଖରେ ପ୍ରଧାନମନ୍ତ୍ରୀ ଫନୀ ପ୍ରଭାବିତ ଅଞ୍ଚଳ ବୁଲିବା ସହ ଆହୁରି ୧ ହଜାର କୋଟି ଟଙ୍କାର ତ୍ୱରିତ ସହାୟତା ରାଶି ଦେବା ପାଇଁ ଘୋଷଣା କରିଥିଲେ ା ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ ହେବା ପାଇଁ କେନ୍ଦ୍ର ସରକାର ଏହି ସହାୟତା ଯୋଗାଇ ଦେଇଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri