ଓଡ଼ିଶାକୁ ଫେରିପାରିବେ ପ୍ରବାସୀ: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଠିକ୍‌ ନୁହେଁ। ଏହାଦ୍ୱାରା ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରିପାରିବେ ନାହିଁ। ଏହା ଉପରେ ସୁପ୍ରିମକୋର୍ଟ ବିଚାର କରନ୍ତୁ ବୋଲି ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ତୁଷାର ମେହେଟ୍ଟା ଯୁକ୍ତି ରଖିଥିଲେ। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ପ୍ରବାସୀମାନେ ନିଜ ରାଜ୍ୟକୁ ଫେରିପାରିବେ ବୋଲି କହିଛନ୍ତି। ଏପରିକି ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ଜାରି ରହିବ। ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନଙ୍କର କିଭଳି କ୍ୱାରାଣ୍ଟାଇନ୍‌ରେ ରହିବା ସହ ଅନ୍ୟ ବ୍ୟବସ୍ଥା କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ପ୍ରକାଶ ଯେ, ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରିବା ପୂର୍ବରୁ କରୋନା ଟେଷ୍ଟ କରନ୍ତୁ। ପରୀକ୍ଷା ନ କରି କୌଣସି ପ୍ରବାସୀ ଓଡ଼ିଆ ନିଜ ଗ୍ରାମକୁ ଫେରିପାରିବେ ନାହିଁ। ପ୍ରବାସୀମାନେ ଯେଉଁଠି ଅଛନ୍ତି ସେଠାରେ ହିଁ ସେମାନଙ୍କ ଟେଷ୍ଟ କରାଯିବ। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିବ ସେମାନଙ୍କୁ ରାଜ୍ୟକୁ ଫେରିବାକୁ ଅନୁମତି ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରାୟ ଶୁଣାଇଥିଲେ। ଏହାକୁ ନେଇ ସୁରଟରୁ ଶୁକ୍ରବାର ଓଡ଼ିଶା ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ସରକାର ବାତିଲ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri