ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା

ଦାରିଙ୍ଗବାଡ଼ି/ ରାଇକିଆ,୧୨୩(ଡି.ଏନ.ଏ) ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଘୋଷଣା ସହ ମହାନଦୀର ଜଳ ଆବଣ୍ଟନ ସମସ୍ୟା ସମାଧାନ ଏବଂ ପୋଲାଭରମ୍‌ ପ୍ରକଳ୍ପ ବନ୍ଦ କରିବା ଦାବିରେ ଜଗତ୍‌ସିଂହପୁର ଜିଲା ବାଲିକୁଦା ଅଞ୍ଚଳର ସତ୍ୟବ୍ରତ ଦାସ (୨୯) ପଦଯାତ୍ରା ଆରମ୍ଭ କରିଛନ୍ତି। ବିଭିନ୍ନ ବ୍ଲକରେ ପହଞ୍ଚତ୍ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରୁଛନ୍ତି। ସୋମବାର ଦାରିଙ୍ଗବାଡ଼ି ବ୍ଲକରେ ପହଞ୍ଚତ୍ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ସତ୍ୟବ୍ରତ ଏହି ପଦଯାତ୍ରା ଆରମ୍ଭ କରିଥିଲେ। ରାଜ୍ୟର ୩୧୪ ବ୍ଲକକୁ ଗସ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧୬ ଜିଲାରେ ୪ ହଜାର ୮ଶହ କି.ମି. ପଦଯାତ୍ରା ଶେଷ ହୋଇଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକକୁ ମିଶାଇ ମୋଟ ୧୬୦ ବ୍ଲକ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିସାରିଛନ୍ତି। ମହାନଦୀ ଜଳ ରାଜ୍ୟର ଲକ୍ଷାଧିକ ଲୋକଙ୍କ ଜୀବନଜୀବିକାକୁ ପ୍ରଭାବିତ କରୁଥିବାରୁ ଏହାକୁ ସମାଧାନ କରିବା ଏବଂ ପୋଲାଭରମ୍‌ ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ବହୁ ଅଞ୍ଚଳ ଜଳମଗ୍ନ ହୋଇଯିବ, ଯାହାଦ୍ୱାରା ବହୁ ଜନଜାତି ବାସହରା ହେବେ ତେଣୁ ଏହାକୁ ବନ୍ଦ ପାଇଁ ଦାବିପତ୍ରରେ ଉଲ୍ଲେଖ ରହିଛି। ଏହାପରେ ସିମନବାଡିରେ ସଚେତନତା କରିଥିଲେ। ପ୍ରକାଶ ଯେ, ସତ୍ୟବ୍ରତ ରବିବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ପହଞ୍ଚତ୍ଥିଲେ। ସେଠାରେ ରାତିରେ ରହିବା ପରେ ସୋମବାର ସ୍ଥାନୀୟ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ଅନୁପସ୍ଥିତିରେ କନିଷ୍ଠଯନ୍ତ୍ରୀ ତୁଷାର ସେଠୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ମଙ୍ଗଳବାର ରାଇକିଆରେ ପହଞ୍ଚତ୍ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିବା ପରେ ଜି.ଉଦୟଗିରି ଅଭିମୁଖେ ବାହାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri