ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ

ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ ମୁଖ୍ୟାଳୟ ଯିବା ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆବଶ୍ୟକ ପଡ଼ିଲେ ସେ ଦିଲ୍ଲୀ ଯାଇ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସତ୍ୟବ୍ରତ ଗତମାସ ୧୦ ତାରିଖଠାରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ଏହି ପଦଯାତ୍ରା ଆରମ୍ଭ କରି ଗୁରୁବାର ଭଦ୍ରକ ସହରରେ ପହଞ୍ଚିଥିଲେ। ଏହାମଧ୍ୟରେ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ବୁଲି ସେ ବୁଧବାର ଭଦ୍ରକ ଜିଲା ତିହିଡ଼ିରେ ପହଞ୍ଚି ରାତ୍ରିଯାପନ କରି ଗୁରୁବାର ଭଦ୍ରକ ସହରକୁ ଆସିଥିଲେ। ଭଦ୍ରକରେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ବ୍ଲକ କଲୋନୀ ପରିସରରେ ନେତାଜୀ ସୁଭାଷ ବାହିନୀ ପକ୍ଷରୁ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ବିଡିଓ ଉମେଶ ମଲ୍ଲିକ ଓ ଅନ୍ୟ କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ସେ ଧାମନଗର ଅଭିମୁଖେ ଯାଇଥିଲେ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ସହ ମହାନଦୀ ଜଳ ବିବାଦର ସମାଧାନ, ପୋଲାଭରମ ପ୍ରକଳ୍ପ ଇସ୍ୟୁ ବନ୍ଦ କରିବା ଓ ବେକାରୀ ସମସ୍ୟା ଦୂର କରିବା ଆଦି ଦାବିକୁ ନେଇ ଜନସଚେତନତା ସୃଷ୍ଟି କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri