ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’

ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି। ଏହା ପଛରେ କୌଣସି କର୍ପୋରେଟ୍‌ ଲବି ଥିବା କୁହାଯାଉଥିବାବେଳେ ରବିବାର ମୁହଁ ଖୋଲିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ରାଜ୍ୟ ସଭା ନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବାକୁ ନେଇ କୌଣସି ଗୁପ୍ତ ବୁଝାମଣା ହୋଇନାହିଁ। ବରଂ ଖୋଲା ବୁଝାମଣା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଶ୍ୱିନୀଙ୍କୁ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ନବୀନ ତାହା କରିଛନ୍ତି। ଗଣତନ୍ତ୍ରରେ ଅନେକ ସମୟରେ ବୁଝାମଣାର ଆବଶ୍ୟକତା ଥାଏ। ରାଜ୍ୟର ବୃହତ୍ତର ସ୍ବାର୍ଥ ଓ ବିକାଶ ପାଇଁ ଏଭଳି ବୁଝାମଣା କରାଯାଇଛି। ଏହା ଦ୍ୱାରା ରାଜ୍ୟର ବିକାଶ ହୋଇପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଅପରପକ୍ଷରେ ଅଶ୍ୱିନୀ ଜଣେ ସୁଦକ୍ଷ ପ୍ରଶାସକ। ତାଙ୍କୁ ସମର୍ଥନ କରି ମୁଖ୍ୟମନ୍ତ୍ରୀ ଏକ ଭଲ ପରମ୍ପରା ସୃଷ୍ଟି କରିଛନ୍ତି। ଏହା ଦ୍ୱାରା କାହାର ଲାଭ ହେବ କାହାର କ୍ଷତି ହେବ ତାହା ସମୟ କହିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।

ପ୍ରକାଶଯୋଗ୍ୟ, ଓଡ଼ିଶାରେ ଖାଲି ଥିବା ୩ଟି ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲେ। ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ ପାତ୍ର ଓ ବିଜେଡି ସମର୍ଥିତ ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ରାଜ୍ୟ ସଭାକୁ ପଠାଇବା ଲାଗି ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri