ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ ଖସି ଯାଉଥିବାବେଳେ ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ପଶ୍ଚିମବଙ୍ଗ ଦାନ୍ତୁନ ପୋଲିସ ଗୁରୁବାର ସନ୍ଧ୍ୟାରେ ୨ଜଣ ଯୁବକଙ୍କୁ ଗିରଫ କରିଛି। ତାଙ୍କଠାରୁ ୬୫କେଜି ଗଞ୍ଜେଇ ଓ ଏକ କାର୍‌ (ନଂ. ଓଡ଼ି୧୫ଏ-୨୭୩୭) ଜବତ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ୩ଲକ୍ଷ ୨୫ ହଜାର ଟଙ୍କା ହେବ।
୧୬ନଂ. ଜାତୀୟ ରାଜପଥ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣର ଗଳାବାଟ ପାଲଟିଛି। ଓଡ଼ିଶା ପୋଲିସ ତଥା ଜଳେଶ୍ୱରରେ ଥିବା ଲକ୍ଷ୍ମଣନାଥ ଗେଟ୍‌ ସ୍ଥାଣୁ ପାଲଟିଛି। ଗୁରୁବାର ସନ୍ଧ୍ୟାରେ ଏକ କାର୍‌ରେ ୬୫ କେଜି ଗଞ୍ଜେଇ ବୋଝେଇ କରି ଗଞ୍ଜାମ ଜିଲା ବାରତ ଗ୍ରାମର କାହ୍ନା ସ୍ବାଇଁ (୨୩) ଓ ଗୁନ୍ଥାପଡ଼ା ଗ୍ରାମର ରାମଚନ୍ଦ୍ର ନାହାକ (୨୮) ଲକ୍ଷ୍ମଣନାଥ ଗେଟ୍‌ ପାରି ହୋଇଥିଲେ ମଧ୍ୟ ପୋଲିସ ଏହାର ଟେର ପାଇ ନ ଥିଲା। ପଶ୍ଚିମବଙ୍ଗର ପୋଲିସ ଏହି ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ଗାଡ଼ି ଓ ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଓଡ଼ିଶା ସୀମାନ୍ତରେ ପୋଲିସର କୌଣସି ଚେକିଂ ନାହଁି। ଫଳରେ ଚୋରା ବ୍ୟବସାୟୀମାନଙ୍କ ପାଇଁ ୧୬ନଂ. ଜାତୀୟ ରାଜପଥ ଏକ ସହଜ ରାସ୍ତା ପାଲଟିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାରୁ ଖସିଯାଇ ପଶ୍ଚିମବଙ୍ଗ ପୋଲିସ ଦ୍ୱାରା ଧରାପଡ଼ିଥିବା ଉଭୟ ଗଞ୍ଜେଇ ବେପାରୀଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯିବ ବୋଲି ପଶ୍ଚିମବଙ୍ଗ ପୋଲିସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri