ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ ଖସି ଯାଉଥିବାବେଳେ ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ପଶ୍ଚିମବଙ୍ଗ ଦାନ୍ତୁନ ପୋଲିସ ଗୁରୁବାର ସନ୍ଧ୍ୟାରେ ୨ଜଣ ଯୁବକଙ୍କୁ ଗିରଫ କରିଛି। ତାଙ୍କଠାରୁ ୬୫କେଜି ଗଞ୍ଜେଇ ଓ ଏକ କାର୍‌ (ନଂ. ଓଡ଼ି୧୫ଏ-୨୭୩୭) ଜବତ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ୩ଲକ୍ଷ ୨୫ ହଜାର ଟଙ୍କା ହେବ।
୧୬ନଂ. ଜାତୀୟ ରାଜପଥ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣର ଗଳାବାଟ ପାଲଟିଛି। ଓଡ଼ିଶା ପୋଲିସ ତଥା ଜଳେଶ୍ୱରରେ ଥିବା ଲକ୍ଷ୍ମଣନାଥ ଗେଟ୍‌ ସ୍ଥାଣୁ ପାଲଟିଛି। ଗୁରୁବାର ସନ୍ଧ୍ୟାରେ ଏକ କାର୍‌ରେ ୬୫ କେଜି ଗଞ୍ଜେଇ ବୋଝେଇ କରି ଗଞ୍ଜାମ ଜିଲା ବାରତ ଗ୍ରାମର କାହ୍ନା ସ୍ବାଇଁ (୨୩) ଓ ଗୁନ୍ଥାପଡ଼ା ଗ୍ରାମର ରାମଚନ୍ଦ୍ର ନାହାକ (୨୮) ଲକ୍ଷ୍ମଣନାଥ ଗେଟ୍‌ ପାରି ହୋଇଥିଲେ ମଧ୍ୟ ପୋଲିସ ଏହାର ଟେର ପାଇ ନ ଥିଲା। ପଶ୍ଚିମବଙ୍ଗର ପୋଲିସ ଏହି ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ଗାଡ଼ି ଓ ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଓଡ଼ିଶା ସୀମାନ୍ତରେ ପୋଲିସର କୌଣସି ଚେକିଂ ନାହଁି। ଫଳରେ ଚୋରା ବ୍ୟବସାୟୀମାନଙ୍କ ପାଇଁ ୧୬ନଂ. ଜାତୀୟ ରାଜପଥ ଏକ ସହଜ ରାସ୍ତା ପାଲଟିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାରୁ ଖସିଯାଇ ପଶ୍ଚିମବଙ୍ଗ ପୋଲିସ ଦ୍ୱାରା ଧରାପଡ଼ିଥିବା ଉଭୟ ଗଞ୍ଜେଇ ବେପାରୀଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯିବ ବୋଲି ପଶ୍ଚିମବଙ୍ଗ ପୋଲିସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri