ଓଡ଼ିଶାରୁ ୫ ସାମ୍ବାଦିକ ସମ୍ବର୍ଦ୍ଧିତ

ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ଭାରତୀୟ ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଗୁଜରାଟର ଗାନ୍ଧୀନଗରଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୧୯ ଏବଂ ୨୦ ଦୁଇଦିନ ଧରି ଅନୁଷ୍ଠିତ ବୈଠକରେ ହରିୟାନା, ପଞ୍ଚାବ, ହିମାଞ୍ଚଳପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ, କର୍ନାଟକ, ଓଡ଼ିଶା ଆଦି ରାଜ୍ୟରୁ ବହୁ ସାମ୍ବାଦିକ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇଥିଲେ। ଏଥିରେ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘର ସଭାପତି ସୁଜ୍ଞାନ ଚୌଧୁରୀଙ୍କ ସମେତ ଆଶୁତୋଷ ରଥ, ଶ୍ୟାମ ସୁନ୍ଦର ରାଉତ, ପବିତ୍ର ପାତ୍ର, ପରମାନନ୍ଦ ଦାସଙ୍କୁ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ମାନପତ୍ର ସହ ସମ୍ବର୍ଦ୍ଧିତ କରିଥିଲେ। ଭାରତୀୟ ସଂଘର ସଭାପତି କିଶନ ବାଲ ପଣ୍ଡିତ ସାମ୍ବାଦିକମାନଙ୍କର ଚାକିରି ସର୍ତ୍ତାବଳୀ ଉପରେ ମାଲିକମାନେ ଅଙ୍କୁଶ ଲଗାଉଥିବାରୁ ଏହା ସାମ୍ବାଦିକ ଏବଂ ସମ୍ବାଦପତ୍ର ଓ ଦେଶର ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରୁଛି ବୋଲି ଗୁରୁତ୍ୱାରୋପ କରିଥିଲେ। ସାମ୍ବାଦିକମାନଙ୍କର ସ୍ବାର୍ଥ ରଖିବା ପାଇଁ ଆଇଜେୟୁ ପକ୍ଷରୁ ବିଶେଷ ଭାବେ ପ୍ରସ୍ତୁତି ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କ ମାଧ୍ୟମରେ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri