ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର,୨୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଁଚିଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଭଦ୍ରକ ଜିଲ୍ଲାର ବୋଲି ସୂଚନା ମିଳିଛି।