ଓଡ଼ିଶାରେ କରୋନା; ସ୍ପଷ୍ଟକଲେ ସରକାର, ଗଣମାଧ୍ୟମକୁ ଦେଲେ ଚେତାବନୀ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଗୀତଗୋବିନ୍ଦ ସଦନରେ ସୋମବାର ଆୟୋଜିତ୍‌ ପ୍ରେସ୍‌ମିଟରେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଏହା ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ୩୩ ବର୍ଷୀୟ ଯୁବକ ଇଟାଲୀରେ ଗବେଷଣା କରୁଥିବା ଜଣାପଡ଼ିଛି।
ଏଥିସହ ବାଗ୍‌ଚୀ ଗଣମାଧ୍ୟମକୁ ଦାୟିତ୍ୱବାନ ହେବାକୁ ପରାମର୍ଶ ଦେଇଛନ୍ତି। ଆକ୍ରାନ୍ତ ସନ୍ଦିଗ୍ଧଙ୍କ ନାମ ଓ ପରିଚୟ ଗୋପନ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସୂଚନା ନ ମିଳିବା ପର୍ଯ୍ୟନ୍ତ ଖବର ପ୍ରସାରଣ ନ କରିବାକୁ ସେ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, ଏହା ବ୍ରେକିଂ ନ୍ୟୁଜ୍‌ ସମୟ ନୁହେଁ, ବ୍ରେକିଂ ନେସ୍‌ ସମୟ। ଏଭଳି ଖବର ପ୍ରସାରଣ କଲେ ଆଇନଗତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଯୁବକ ଗତ ୬ ତାରିଖରେ ଇଟାଲୀରୁ ଦିଲ୍ଲୀକୁ ଫେରିଥିଲେ। ଦିଲ୍ଲୀରେ କ୍ବାରେଣ୍ଟିନ୍‌ରେ କିଛିଦିନ ରହିବା ପରେ ୧୨ ତାରିଖରେ ଟ୍ରେନ୍‌ ଯୋଗେ ଭୁବନେଶ୍ବର ଆସିଥିଲେ। ଥଣ୍ଡା, ଜ୍ବର ନ ଛାଡିବାରୁ ୧୩ ତାରିଖରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ଯାଇଥିଲା। ସେଠାରେ ତାଙ୍କ ରକ୍ତ ଓ ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ରବିବାର ସନ୍ଧ୍ୟାରେ ରିପୋର୍ଟ ଆସିବା ପରେ ଯୁବକ ଜଣକ କରୋନା(କୋଭିଡ-୧୯) ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ସମ୍ପୃକ୍ତ ଯୁବକଙ୍କ ପରିବାରକୁ ମଧ୍ୟ ନିରୀକ୍ଷଣରେ ରଖାଯାଇଛି। ।
ଏହା ପରେ ରାଜ୍ୟ ସରକାର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଦିଲ୍ଲୀରୁ ଭୁବନେଶ୍ୱର ଆସିବା ସମୟରେ ଟ୍ରେନରେ ଓ ଯାହା ଯାହା ସହିତ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଖୋଜାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri