ଓଡ଼ିଶାରେ କରୋନା

ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍‌ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଠାବ କରାଯାଇଛି। ଶନିବାର ଇଟାଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କର ସ୍କ୍ରିନିଂ ଟେଷ୍ଟ କରାଯାଇଥିଲା। ଏଥିରୁ କରୋନା ସନ୍ଦେହ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ରବିବାର ବିଳମ୍ବିତ ରାତିରେ ରକ୍ତ ନମୁନା ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଏନେଇ ସରକାରୀ ଭାବେ କିଛି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ହସ୍ପିଟାଲର ଜଣେ ଉଚ୍ଚ ଅଧିକାରୀ ଏହା ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ହସ୍ପିଟାଲରେ ଥିବା ୨ଜଣ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ରିପୋର୍ଟ ନେଗେଟିଭ ଆସିଥିବାବେଳେ ଆଉଜଣେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ଥିବା ଜଣାପଡିଛି। ତେବେ କରୋନା ପଜିଟିଭ୍‌ ଜଣାପଡିବା ପରେ ରାଜଧାନୀରେ ହଇଚଇ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri