Posted inଖେଳ

ଓଡ଼ିଶାରେ ଗ୍ରାଣ୍ଡମାଷ୍ଟର କୋଚିଂ କ୍ୟାମ୍ପ

ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟର ଖେଳାଳି ଓ କୋଚ୍‌ଙ୍କ ପାଇଁ ଏକ କୋଚିଂ କ୍ୟାମ୍ପ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ। କ୍ୟାମ୍ପରେ କୋଚିଂ ଦେବାପାଇଁ ଚିଲି ଗ୍ରାଣ୍ଡମାଷ୍ଟର ରୋଡ୍ରିଗୋ ଭାସ୍କ୍ବେଜ ସ୍କୋର୍ଡର ଗୁରୁବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ରୋଡ୍ରିଗୋ ୭ ଥର ଚେସ୍‌ ଅଲିମ୍ପିଆଡ୍‌ରେ ଅଂଶଗ୍ରହଣ କରିଛନ୍ତି ଏବଂ ୫ ଥର ଚିଲିକୁ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ବିଶେଷ କରି କୋଚିଂ ଷ୍ଟାଇଲ୍‌ ଯୋଗୁ ଚେସ୍‌ ମହଲରେ ତାଙ୍କର ବହୁତ ସମ୍ମାନ ରହିଛି। ଗ୍ରାଣ୍ଡମାଷ୍ଟର ରୋଡ୍ରିଗୋ ନିକଟରେ ଭାରତରେ ୩ଟି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ସେ ଉଦୟପୁରରେ ଲେକ୍‌ ସିଟି ଓପନର ର଼୍ୟାପିଡ୍‌ ଓ ବ୍ଲିଜ୍‌ରେ ଚାମ୍ପିୟନ ହୋଇଥିବାବେଳେ ଗୁଜରାଟ ଓପନ ଗ୍ରାଣ୍ଡମାଷ୍ଟର ଚେସ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଗୁଆହାଟୀ ଓପନରେ ସେ ଚାମ୍ପିୟନ ହୋଇଥିଲେ। କାର୍ଯ୍ୟସୂଚୀ ଅନୁସାରେ ରୋଡ୍ରିଗୋ ଓଡ଼ିଶା କୋଚ୍‌ମାନଙ୍କୁ ୧୮ ଓ ୧୯ ତାରିଖରେ ସକାଳ ୧୦ଟାରୁ ୧ଟା ଏବଂ ଅପରାହ୍ନ ୩ଟାରୁ ୬ଟା ପର୍ଯ୍ୟନ୍ତ କୋଚିଂ ଦେବେ। ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସେ ୧୫୦୦ରୁ ଊର୍ଦ୍ଧ୍ୱ ରେଟିଂ ଖେଳାଳିଙ୍କୁ ଏବଂ ୨୩ରୁ ୨୫ ପର୍ଯ୍ୟନ୍ତ ୧୫୦୦ରୁ କମ୍‌ ରେଟିଂ ପ୍ରାପ୍ତ ଖେଳାଳିଙ୍କୁ କୋଚିଂ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri