ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଗୁରୁବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟର ଜରିଆରେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ଦୁଇଜଣ କରୋନା ପିଜିଟିଭ୍‌ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଉ ଜଣେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି।