ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ହାଇଦ୍ରାବାଦ ଗସ୍ତରେ ଯାଇଛନ୍ତି। ଗସ୍ତ ଅବସରରେ ସେ ବିଭିନ୍ନ ଆଇଟି କମ୍ପାନୀର ପଦାଧିକାରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ କରିଛନ୍ତି। ଏଥି ସହ ବିଭିନ୍ନ ଅଗ୍ରଣୀ ଆଇଟି କମ୍ପାନୀଗୁଡ଼ିକର କାର୍ଯ୍ୟାଳୟକୁ ପରିଦର୍ଶନରେ ଯାଇଛନ୍ତି। ବିଶେଷକରି ବହୁ ରାଷ୍ଟ୍ରୀୟ କମ୍ପାନୀଗୁଡ଼ିକୁ ଫୋକସ୍‌ କରାଯାଇଛି। ନିକଟରେ ମୁମ୍ବାଇ ଏବଂ ବେଙ୍ଗାଲୁରୁ ଗସ୍ତରେ ମନ୍ତ୍ରୀ ଯାଇଥିଲେ। ଏବେ ହାଇଦ୍ରାବାଦ ଗସ୍ତରେ ଥିବା ଯୋଗୁ ରାଜ୍ୟରେ ଆଇଟି କ୍ଷେତ୍ରକୁ ଯଥେଷ୍ଟ ଆଗକୁ ନେବାରେ ସହାୟକ ହେବ ବୋଲି ଆଶା କରାଯାଉଛି।
ଆଇଟି କ୍ଷେତ୍ରରେ ରାଜ୍ୟରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ସହ ଷ୍ଟାର୍ଟଅପ୍‌ ଓଡ଼ିଶା କାର୍ଯ୍ୟକ୍ରମକୁ ଅଧିକ ସକ୍ରିୟ କରିବା ଏବଂ ଓଡ଼ିଶାକୁ ଏକ ସର୍ବବୃହତ୍‌ ଆଇଟି ହବ୍‌ରେ ପରିଣତ କରିବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଗସ୍ତର ପ୍ରଥମ ଦିନ ଅର୍ଥାତ୍‌ ସୋମବାର ମନ୍ତ୍ରୀ ବେହେରା ହାଇଟେକ୍‌ ସିଟି ଗସ୍ତ କରିଥିଲେ। ଏଥି ସହ ମାଇକ୍ରୋସଫ୍ଟ, ସିବିଆର୍‌ଇ ଏବଂ ବ୍ଲାକ୍‌ ନାଇଟ୍‌ ଆଦି ଆଇଟି କମ୍ପାନୀ ବୁଲି ଦେଖି ଥିଲେ। କମ୍ପାନୀଗୁଡ଼ିକର ବରିଷ୍ଠ ଅଧିକାରୀମାନଙ୍କୁ ସାକ୍ଷାତ କରିଥିଲେ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉପଲବ୍ଧ ଭିତ୍ତିଭୂମି ଦେଖିବାକୁ ଏକ ସରକାରୀ ଆମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ। ପର୍ପଲ୍‌ ଟକ୍‌ କମ୍ପାନୀର ପ୍ରତିଷ୍ଠାତା ଶ୍ରୀଧର ମୁପ୍ପିଦିଙ୍କ ସହ ରାଜ୍ୟରେ ଆଇଟି କ୍ଷେତ୍ରର ବିକାଶ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ସମ୍ପର୍କରେ ଆଲୋଚନା କରିଥିଲେ। ଗସ୍ତ ଅବସରରେ ମନ୍ତ୍ରୀ ବେହେରା ତେଲଙ୍ଗାନାର ଶିଳ୍ପ ତଥା ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଏତଦ୍‌ବ୍ୟତୀତ ଏସ୍‌ଟିପିଆଇ ଦ୍ୱାରା ଶିଳ୍ପ ଉଦ୍ୟୋଗୀମାନଙ୍କୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ବେହେରା ଯୋଗଦେବେ। ଏଥିରେ ସେ ଗୁଗୁଲ୍‌, ଡିକ୍ୟୁ ଏଣ୍ଟର୍‌ଟେନ୍‌ମେଣ୍ଟ, ଟି-ହବ୍‌ କମ୍ପାନୀର ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ ଆଇଟିର ବିକାଶ, ଇକୋ-ସିଷ୍ଟମ୍‌ ଉନ୍ନତୀକରଣ ଏବଂ ପୁଞ୍ଜିନିବେଶ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୨୦ତାରିଖରେ ଆମାଜନ୍‌ ଏବଂ ହାୟସି ଆଦି ଆଇଟି କମ୍ପାନୀ ଗସ୍ତ କରିବେ ମନ୍ତ୍ରୀ ବେହେରା। ମନ୍ତ୍ରୀଙ୍କ ଏହି ଗସ୍ତର ସକାରାମତ୍କ ପ୍ରଭାବ ପଡ଼ିବ ଏବଂ ବିଭିନ୍ନ ରାଜ୍ୟରେ ଆଇଟିର ବିକାଶ ପାଇଁ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି ଓ ସେଗୁଡ଼ିକୁ ଓଡ଼ିଶାରେ କିଭଳି କାର୍ଯ୍ୟକାରୀ କରାଯାଇପାରିବ, ସେଦିଗରେ ମନ୍ତ୍ରୀଙ୍କ ଗସ୍ତ ଲାଭଦାୟକ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri