ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ ଯାଇ ବଳିଆପଣ୍ଡାସ୍ଥିତ ଏକ ହୋଟେଲରେ ରାତ୍ରିଯାପନ କରିଛନ୍ତି। ବେଳାଭୂମି କଡ଼ରେ ଥିବା ଏହି ହୋଟେଲ ଏବଂ ଏହା ସଂଲଗ୍ନ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୭ ତାରିଖ ପର୍ଯ୍ୟନ୍ତ ମମତା ପୁରୀରେ ରହିବେ। ୨୮ରେ ଭୁବନେଶ୍ୱରରେ ହେବାକୁ ଥିବା ପୂର୍ବାଞ୍ଚଳ ରାଜ୍ୟଗୁଡିକର ପରିଷଦ ବୈଠକରେ ମମତା ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ହେଲେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ମଙ୍ଗଳବାର ରାତିରେ ମମତା ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଗୃହ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ତାଙ୍କୁ ସ୍ବାଗତ କରିଥିଲେ। ସେଠାରେ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସେ ଦେଶର ସାମ୍ପ୍ରତିକ ପରିସ୍ଥିତି ଉପରେ ମତ ଦେଇଥିଲେ। ମମତା କହିଥିଲେ ଯେ ଦେଶର ସ୍ଥିତି ନେଇ ମୁଁ ଗଭୀର ଭାବେ ମର୍ମାହତ। ଯାହା ଚାଲିଛି, ତାହା ବ୍ୟଥିତ କରୁଛି। ଆମେ ଶାନ୍ତି ଚାହୁଁ ା ତେଣୁ ଦେଶରେ ସଦ୍‌ଭାବ ଓ ଶାନ୍ତି ବଜାୟ ରଖିବା ପାଇଁ ସମସ୍ତେ ଚେଷ୍ଟା କରିବା ଉଚିତ ବୋଲି ମମତା କହିଥିଲେ।
ପୁରୀରେ ପହଞ୍ଚତ୍ବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଜିଲାପାଳ ବଲଓ୍ବନ୍ତ ସିଂ ଏବଂ ଏସ୍‌ପି ଡ. ଉମାଶଙ୍କର ଦାଶ ପ୍ରମୁଖ ସ୍ବାଗତ ଜଣାଇଥିଲେ। ସିଟି ଡିଏସ୍‌ପି କ୍ଷୀରସାଗର ନାୟକ କହିଛନ୍ତି, ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପ୍ରୋଟୋକଲ ଅନୁଯାୟୀ ପୁରୀ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ରହୁଥିବା ହୋଟେଲ ଏବଂ ଏହା ସଂଲଗ୍ନ ଅଞ୍ଚଳରେ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜଣେ ଅତିରିକ୍ତ ଏସ୍‌ପି ଏବଂ ୩ଜଣ ଡିଏସ୍‌ପି ସୁରକ୍ଷା ତଦାରଖ ଦାୟିତ୍ୱରେ ଅଛନ୍ତି। ଏହା ମମତା ବାନାର୍ଜୀଙ୍କର ବ୍ୟକ୍ତିଗତ ଗସ୍ତ। ସେ ଯେଉଁସବୁ ସ୍ଥାନକୁ ଯିବେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ। ଏଥିସହିତ ସେ ରହୁଥିବା ହୋଟେଲ ନିକଟ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ବୁଲାବୁଲି ଏବଂ ଗାଡ଼ି ଚଳାଚଳ ଉପରେ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସିଟି ଡିଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri