ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର ବାତାବରଣ ଖେଳିଯାଇଥିଲା।  ପୁଣି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ କରାଯାଇଥିବା ଟୁଇଟରରେ ସୂଚିତ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତ ସଂଖ୍ୟା ୨୦ରେ ପହଁଚିଛି। ଶୁକ୍ରବାର ଚିହ୍ନଟ ୧୫ଟି ପଜଟିଭ୍ ମଧ୍ୟରୁ ଭୁବନେଶ୍ୱର ସୂର୍ଯ୍ୟନଗରରେ ଆକ୍ରାନ୍ତ ପ୍ରଦୀପ୍ତ ଦଳ ବେହେରାଙ୍କ ପରିବାରଙ୍କ ୭ଜଣ, ବମିଖାଲର ୩ ଜଣ, କଟକରୁ ଜଣେ, ପୁରୀରୁ ଜଣେ, ଯାଯପୁରରୁ ଜଣେ ଓ ଭଦ୍ରକରୁ ୨ ଜଣ । ପ୍ରଦୀପ୍ତଙ୍କ ସ୍ତ୍ରୀ ଓ ଝିଅଙ୍କ ସମେତ ତାଙ୍କ ଘରେ ଭଡ଼ାରେ ରହୁଥିବା ଅନ୍ୟ ୫ଜଣ କରୋନା ଭୂତାଣୁର ସଂକ୍ରମଣରେ ଆସିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri